ଖୋର୍ଦ୍ଧା ଜିଲାରେ ୧୬୪ଜଣଙ୍କ ନମୁନା ନେଗେଟିଭ

ଖୋର୍ଦ୍ଧା ଅଫିସ,୬ା୪: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ କୋଭିଡ-୧୯ ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣ ଲାଗି ପ୍ରଚେଷ୍ଟା ଜାରି ରହିଛି। ଶନିବାର ସୁଦ୍ଧା ଖୋର୍ଦ୍ଧା, ଟାଙ୍ଗୀ, ବୋଲଗଡ଼ ଏବଂ ବାଳକାଟୀ ସ୍ବାସ୍ଥ୍ୟ ପରୀକ୍ଷା କେନ୍ଦ୍ରରୁ ୧୬୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ ରହିଛି। ବିଭିନ୍ନ ରାଜ୍ୟରୁ ୩୬୬୯ଜଣ ଶ୍ରମିକ ଖୋର୍ଦ୍ଧା ଜିଲାକୁୁ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ୨୫୫୭ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଅବଶିଷ୍ଟ ୧୧୧୨ଜଣଙ୍କୁ ଯଥାଶୀଘ୍ର କ୍ୱାରାଣ୍ଟାଇନରେ ରଖାଯିବ ବୋଲି ଜିଲାପାଳ ସୀତାଂଶୁ ରାଉତ ରବିବାର କହିଛନ୍ତି।
ସେ କହିଲେ ଯେ, ୨୮୬ଜଣ ୧୦୪ ନମ୍ବରରେ ପଞ୍ଜୀକୃତ ହୋଇଛନ୍ତି। ତମାଣ୍ଡୋ ଭ୍ରମରବର ହାଇସ୍କୁଲଠାରେ ଏକ ଡେଷ୍ଟିଚ୍ୟୁଟ ହୋମ ଖୋଲାଯାଇଛି। ସେଠାରେ ୨ଶହ ଅସହାୟ ବ୍ୟକ୍ତିଙ୍କ ରହିବା ଓ ଖାଇବା ବ୍ୟବସ୍ଥା କରାଯାଇଛି। ସହରରେ ଭିକ୍ଷାବୃତ୍ତି କରୁଥିବା ୮୦ଜଣଙ୍କୁ ସେଠାରେ ରଖାଯାଇଛି। ଏହାସହ ଜିଲାର ଖୋର୍ଦ୍ଧା ଓ ଜଟଣୀ ପୌର ପରିଷଦ, ବାଣପୁର ଓ ବାଲୁଗଁା ବିଜ୍ଞାପିତ ପରିଷଦରେ ୯ଟି ଏବଂ ୧୯୦ଟି ପଞ୍ଚାୟତରେ ୨୦୧ଟି ମୋଟ ୨୧୦ଟି ଅସ୍ଥାୟୀ ମେଡିକାଲ ବ୍ୟବସ୍ଥା କରାଯାଇଛି। ଏଥିରେ ୫୦୨୮ ଶଯ୍ୟା ରହିଛି। ଜାମୁଝରି ଓ ଛତାବରଠାରେ ଦୁଇଟି କ୍ୱାରାଣ୍ଟାଇନ କେନ୍ଦ୍ରରେ ୨୫୨ଜଣ ରହିବା ବ୍ୟବସ୍ଥା ରହିଛି। ଏହି ଅବସରରେ ଜିଲାପାଳ ରାଉତ ସମସ୍ତ ଜନସାଧାରଣ ଲକଡାଉନ ନୀତି ନିୟମକୁ ପାଳନ ଲାଗି ଆହ୍ବାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?