ଖୋର୍ଦ୍ଧା ଜିଲା: ପାସ୍‌ହାର ୭୮.୬୭%ଭୁବନେଶ୍ୱରରେ ୮୨%

ଖୋର୍ଦ୍ଧା ଅଫିସ୍‌/ଭୁବନେଶ୍ୱର,୨୨।୫(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ୨୦୧୯ ମାଟ୍ରିକ୍‌ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲାରେ ୭୮.୬୭ପ୍ରତିଶତ ପାସ୍‌ହାର ରହିଛି। ଜିଲାର ୩୩୮ ସ୍କୁଲର ୨୮,୨୫୯ ଛାତ୍ରୀଛାତ୍ର ଦଶମ ଶ୍ରେଣୀ ପରୀକ୍ଷା ଦେବା ପାଇଁ ଫର୍ମ ଫିଲପ୍‌ କରିଥିଲେ। ସେଥିରୁ ୩୪୧ଜଣ ପରୀକ୍ଷାରେ ଅନୁପସ୍ଥିତ ଥିଲେ। ୧୨୫ କେନ୍ଦ୍ରରେ ୨୭ହଜାର ୯୧୮ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିରୁ ଜଣେ ମାଲ ପ୍ରାକ୍ଟିସ ହୋଇଥିବା ବେଳେ ୨୭ହଜାର ୯୧୭ଜଣଙ୍କର ପରୀକ୍ଷା ଫଳ ପ୍ରକାଶ ପାଇଛି। ମୋଟ ୨୧ହଜାର ୯୬୩ଜଣ ପରୀକ୍ଷାର୍ଥୀ ପାସ୍‌ କରିଥିବା ବେଳେ ସେମାନଙ୍କ ମଧ୍ୟରେ ୧୦ହଜାର ୯୭୮ଜଣ ଛାତ୍ରୀ ଓ ୧୦ହଜାର ୯୮୫ଜଣ ଛାତ୍ର ଅଛନ୍ତି। ୫୯୫୪ ପରୀକ୍ଷାର୍ଥୀ ଏଫ୍‌ ଗ୍ରେଡ୍‌ ପାଇଛନ୍ତି। ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ ୧୪୪ଜଣ ଏ-୧ ଗ୍ରେଡ୍‌ ପାଇଥିବା ବେଳେ ୯୮୧ଜଣ ଏ-୨, ୨୦୫୫ଜଣ ବି-୧, ୩୩୧୧ଜଣ ବି-୨, ୪୭୨୧ଜଣ ସି, ୫୯୭୭ଜଣ ଡି ଏବଂ ୪୭୪୪ଜଣ ଇ ଗ୍ରେଡ୍‌ ରଖିଛନ୍ତି। ତେବେ ଭୁବନେଶ୍ୱର ବ୍ଲକରେ ଗତବର୍ଷ ତୁଳନାରେ ଚଳିତବର୍ଷ ପାସ୍‌ହାର କମିଛି। ବ୍ଲକରେ ଗତବର୍ଷ ପାସ୍‌ହାର ୭୮% ଥିବାବେଳେ ଏ ବର୍ଷ ୭୫% ରହିଛି। ସେହିପରି ଭୁବନେଶ୍ୱର ମହାନଗର ନିଗମର ପାସ୍‌ହାର ୮୨% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri