ଖୋର୍ଦ୍ଧା ଜେଲ୍‌ରେ ବେଧଡ଼କ ଚାଲିଛି ଧଳା ଜହର କାରବାର: ଭିଡିଓ ଭାଇରାଲ

ଖୋର୍ଦ୍ଧା ଅଫିସ,୬।୬ : ଖୋର୍ଦ୍ଧା ଜେଲ ପାଲଟିଛି ଧଳା ଜହର କାରବାରର ପେଣ୍ଠସ୍ଥଳୀ। ଜେଲ କର୍ତ୍ତୃପକ୍ଷଙ୍କ ଜାଣତରେ ଚାଲିଛି ଏହି କାରବାର। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଖୋର୍ଦ୍ଧା ଜେଲ କର୍ତ୍ତୃପକ୍ଷଙ୍କ ସଂପୃୃୃକ୍ତି ନେଇ ଉଠିିିଛି ପ୍ରଶ୍ନବାଚୀ। ଅନ୍ତେବାସୀ ସେବନ କରୁଛନ୍ତି ବ୍ରାଉନସୁଗାର। ଜେଲ ଭିତରେ ଚାଲିଛି ଖୁଲମଖୁଲା କାରବାର। ଜେଲ ଭିତରକୁ ବେଧଡକ ଭାବେ ଯାଉଛି ଧଳା ଜହର। ଜେଲ କର୍ତ୍ତୃପକ୍ଷଙ୍କ ଜାଣତରେ ହେଉଛି କାରବାର। ଭାଇରାଲ ଭିଡିଓରେ ଜଣେ ବିଚାରଧୀନ କଏଦୀ କହୁଥିବା ଶୁଣାଯାଉଛି ଯେ, ଜେଲ ଅଧୀକ୍ଷକ ଭଲ ଲୋକ । ତମେ ଗେଟ୍‌ ପାଖରେ ଆଣି ପହଞ୍ଚାଇ ଦେବ। ତପନ ବାବୁଙ୍କୁ କହିବୁ ମାଲ ଭଲ ଅଛି। ଆଉ ୧୦ଗ୍ରାମ ପଠାଇବେ। ତାଙ୍କୁ ୩ହଜାର ଟଙ୍କା ଦେଇ ଦେବୁ। ତେବେ କାହାକୁ କେତେ ଦିଆଯିବ, କେତେ ପରିମାଣ, କେତେ ଟଙ୍କା ଆଣିବ ଏସବୁ ଡିଲ୍‌ ହେଉଛି ଜେଲ ଭିତରୁ। ଜେଲର ଚାରି କାନ୍ଥ ମଧ୍ୟରେ ଚାଲିଛି ଏଭଳି ନିଶା କାରବାର। ଅନ୍ତେବାସୀ କାହାରିକୁ ଭୟ କରୁନାହାନ୍ତି। କେତେ ଜଣ ଅସାଧୁ ପୋଲିସ, ଅବକାରୀ ଏବଂ ଜେଲ କର୍ମଚାରୀ ଏବଂ ନିଶା କାରବାର ମାଫିଆଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଜେଲ ପରିସର ଏବେ ନିଶା ବେପାରୀଙ୍କ ଲାଗି ସୁରକ୍ଷିତ ସ୍ଥାନ ପାଲଟିଛି। ଏଥିରେ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି । ଏନେଇ ଜେଲ ଅଧିକ୍ଷକଙ୍କ ମତାମତ ନେବାକୁ ଚେଷ୍ଟା କରାଯାଇଥିଲେ ସୁଦ୍ଧା ମିଳି ପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri