ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ: ଅଗଷ୍ଟ ସୁଦ୍ଧା ସରିବ ଜମି ଅଧିଗ୍ରହଣ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳ ପ୍ରକଳ୍ପକୁ ୧୯୯୪-୯୫ ଆର୍ଥିକ ବର୍ଷରୁ ମଞ୍ଜୁରୀ ମିଳିଥିଲେ ବି ଏ ପର୍ଯନ୍ତ କାର୍ଯ୍ୟ ଶେଷ ହୋଇନାହିଁ। ଏହି ପ୍ରକଳ୍ପ କାମ ଯେପରି ତୁରନ୍ତ ଶେଷ କରାଯିବ ସେ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଗୁରୁବାର ଲୋକସେବା ଭବନଠାରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଜମି ଅଧିଗ୍ରହଣ ଉପରେ ଆଲୋଚନା କରାଯାଇଛି। ପ୍ରକଳ୍ପ ଲାଗି ଆବଶ୍ୟକ ଜମି ଅଧିଗ୍ରହଣ ପ୍ରକ୍ରିୟା ଆସନ୍ତା ଅଗଷ୍ଟ ସୁଦ୍ଧା ଶେଷ ହେବ ବୋଲି ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରକଳ୍ପର ୧୧୨ରୁ ୨୮୯ କି.ମି. ପାଇଁ ରାଜ୍ୟ ସରକାର ମାଗଣାରେ ଜମି ଦେବା ସହ ୫୦ ପ୍ରତିଶତ ନିର୍ମାଣ ଖର୍ଚ୍ଚ ବହନ କରିବେ। ଇତିମଧ୍ୟରେ ମୋଟ୍‌ ୯୨ କି.ମି. କାର୍ଯ୍ୟ ଶେଷ ହୋଇଛି। ସେଥିରୁ ଖୋର୍ଦ୍ଧା ପାର୍ଶ୍ୱରୁ ୭୬ କି.ମି. ଓ ବଲାଙ୍ଗୀର ପାର୍ଶ୍ୱରୁ ୧୬ କି.ମି. କାମ ସରିଛି। ଆହୁରି ୧୯୭ କି.ମି. କାର୍ଯ୍ୟ ଆରମ୍ଭ ହୋଇନାହିଁ।
ସୂଚନାଯୋଗ୍ୟ, ନିକଟରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ପ୍ରଗତି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରକଳ୍ପର ସମୀକ୍ଷା କରିଥିଲେ। ବିଭିନ୍ନ ମନ୍ତ୍ରଣାଳୟ ସହ ସମୀକ୍ଷା କରି ଏହାର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ପ୍ରଧାନମନ୍ତ୍ରୀ କେନ୍ଦ୍ର କ୍ୟାବିନେଟ୍‌ ସଚିବ ରାଜୀବ ଗୌବାଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। କ୍ୟାବିନେଟ୍‌ ସଚିବ ଏ ନେଇ ଓଡ଼ିଶା ସରକାର, ରେଳ ମନ୍ତ୍ରଣାଳୟ ଏବଂ ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟ ସହ ଯୋଗାଯୋଗରେ ଅଛନ୍ତି। ଅନ୍ୟପଟେ କେନ୍ଦ୍ର ସରକାର ରେଲଓ୍ବେ କ୍ଷେତ୍ର ପାଇଁ ବଜେଟ୍‌ରେ ଓଡ଼ିଶାକୁ କମ୍‌ ଅନୁଦାନ ଦେଇଥିବାରୁ ରାଜ୍ୟର ଶାସକ ଦଳ ଏବଂ ବିରୋଧୀ କଂଗ୍ରେସ ଆପତ୍ତି ଜଣାଇଛନ୍ତି। ଏହି ପ୍ରସଙ୍ଗରେ ବିଧାନସଭା ଗୃହ ରେଲଓ୍ବେ କମିଟି ଦୁଇଦିନ ତଳେ ଦିଲ୍ଲୀ ଗସ୍ତ କରି ରେଲ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଭେଟି ଅନୁଦାନ ହ୍ରାସ ପାଇବା ଏବଂ ରାଜ୍ୟ ଦାବି ରଖିଥିବା ପ୍ରକଳ୍ପ ପାଇଁ କୌଣସି ଯୋଜନା କରା ନ ଯିବା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଗୋଏଲ ଓଡ଼ିଶାରେ ଜମି ଅଧିଗ୍ରହଣ ବିଳମ୍ବ ଯୋଗୁ ଅନେକ ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରୁ ନ ଥିବା କହିଥିଲେ। ଏହାପରେ ରାଜ୍ୟ ସରକାର ରେଲଓ୍ବେ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ୱରାନ୍ବିତ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଉପରେ ଜୋର୍‌ ଦେବା ଆରମ୍ଭ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri