ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ: ଅଗଷ୍ଟ ସୁଦ୍ଧା ସରିବ ଜମି ଅଧିଗ୍ରହଣ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳ ପ୍ରକଳ୍ପକୁ ୧୯୯୪-୯୫ ଆର୍ଥିକ ବର୍ଷରୁ ମଞ୍ଜୁରୀ ମିଳିଥିଲେ ବି ଏ ପର୍ଯନ୍ତ କାର୍ଯ୍ୟ ଶେଷ ହୋଇନାହିଁ। ଏହି ପ୍ରକଳ୍ପ କାମ ଯେପରି ତୁରନ୍ତ ଶେଷ କରାଯିବ ସେ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଗୁରୁବାର ଲୋକସେବା ଭବନଠାରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଜମି ଅଧିଗ୍ରହଣ ଉପରେ ଆଲୋଚନା କରାଯାଇଛି। ପ୍ରକଳ୍ପ ଲାଗି ଆବଶ୍ୟକ ଜମି ଅଧିଗ୍ରହଣ ପ୍ରକ୍ରିୟା ଆସନ୍ତା ଅଗଷ୍ଟ ସୁଦ୍ଧା ଶେଷ ହେବ ବୋଲି ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରକଳ୍ପର ୧୧୨ରୁ ୨୮୯ କି.ମି. ପାଇଁ ରାଜ୍ୟ ସରକାର ମାଗଣାରେ ଜମି ଦେବା ସହ ୫୦ ପ୍ରତିଶତ ନିର୍ମାଣ ଖର୍ଚ୍ଚ ବହନ କରିବେ। ଇତିମଧ୍ୟରେ ମୋଟ୍‌ ୯୨ କି.ମି. କାର୍ଯ୍ୟ ଶେଷ ହୋଇଛି। ସେଥିରୁ ଖୋର୍ଦ୍ଧା ପାର୍ଶ୍ୱରୁ ୭୬ କି.ମି. ଓ ବଲାଙ୍ଗୀର ପାର୍ଶ୍ୱରୁ ୧୬ କି.ମି. କାମ ସରିଛି। ଆହୁରି ୧୯୭ କି.ମି. କାର୍ଯ୍ୟ ଆରମ୍ଭ ହୋଇନାହିଁ।
ସୂଚନାଯୋଗ୍ୟ, ନିକଟରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ପ୍ରଗତି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରକଳ୍ପର ସମୀକ୍ଷା କରିଥିଲେ। ବିଭିନ୍ନ ମନ୍ତ୍ରଣାଳୟ ସହ ସମୀକ୍ଷା କରି ଏହାର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ପ୍ରଧାନମନ୍ତ୍ରୀ କେନ୍ଦ୍ର କ୍ୟାବିନେଟ୍‌ ସଚିବ ରାଜୀବ ଗୌବାଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। କ୍ୟାବିନେଟ୍‌ ସଚିବ ଏ ନେଇ ଓଡ଼ିଶା ସରକାର, ରେଳ ମନ୍ତ୍ରଣାଳୟ ଏବଂ ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟ ସହ ଯୋଗାଯୋଗରେ ଅଛନ୍ତି। ଅନ୍ୟପଟେ କେନ୍ଦ୍ର ସରକାର ରେଲଓ୍ବେ କ୍ଷେତ୍ର ପାଇଁ ବଜେଟ୍‌ରେ ଓଡ଼ିଶାକୁ କମ୍‌ ଅନୁଦାନ ଦେଇଥିବାରୁ ରାଜ୍ୟର ଶାସକ ଦଳ ଏବଂ ବିରୋଧୀ କଂଗ୍ରେସ ଆପତ୍ତି ଜଣାଇଛନ୍ତି। ଏହି ପ୍ରସଙ୍ଗରେ ବିଧାନସଭା ଗୃହ ରେଲଓ୍ବେ କମିଟି ଦୁଇଦିନ ତଳେ ଦିଲ୍ଲୀ ଗସ୍ତ କରି ରେଲ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଭେଟି ଅନୁଦାନ ହ୍ରାସ ପାଇବା ଏବଂ ରାଜ୍ୟ ଦାବି ରଖିଥିବା ପ୍ରକଳ୍ପ ପାଇଁ କୌଣସି ଯୋଜନା କରା ନ ଯିବା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଗୋଏଲ ଓଡ଼ିଶାରେ ଜମି ଅଧିଗ୍ରହଣ ବିଳମ୍ବ ଯୋଗୁ ଅନେକ ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରୁ ନ ଥିବା କହିଥିଲେ। ଏହାପରେ ରାଜ୍ୟ ସରକାର ରେଲଓ୍ବେ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ୱରାନ୍ବିତ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଉପରେ ଜୋର୍‌ ଦେବା ଆରମ୍ଭ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ...

ପରପାରିରେ ବିଶିଷ୍ଠ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଦଳ ଟିକେଟ ଦେଲେ କେନ୍ଦ୍ରାପଡ଼ାରୁ ଲଢ଼ିବି: ସିପ୍ରା 

ଭୁବନେଶ୍ୱର,୧୮।୪: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ...

ବିଜେଡିରେ ଯୋଗଦେବା ପରେ ଏମିତି କହିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri