ଖୋଲିପାରେ ଭିତର ରତ୍ନଭଣ୍ଡାର

ପୁରୀ ଅଫିସ,୧୯ା୧୧: ଖୋଲିପାରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର। ଗତ ୪ତାରିଖରେ ସୁପ୍ରିମ୍‌କୋର୍ଟ ମଧ୍ୟବର୍ତ୍ତିକାଳୀନ ରାୟରେ ରତ୍ନ ଅଳଙ୍କାର ପ୍ରସଙ୍ଗ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରିପୋର୍ଟ ପ୍ରଦାନ ଲାଗି ନିର୍ଦ୍ଦେଶ ଦେବା ପରେ ଏହି ପ୍ରସଙ୍ଗ ଏବେ ଜୋର୍‌ ଧରିଛି। ମହାପ୍ରଭୁଙ୍କ ରତ୍ନଅଳଙ୍କାର ଗଣତି ଓ ସୁରକ୍ଷା ସମ୍ପର୍କରେ କ’ଣ ପ୍ରସ୍ତୁତି ରହିଛି ସେ ସମ୍ପର୍କରେ ଜଣାଇବାକୁ ପରିଚାଳନା କମିଟିକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ସମ୍ପର୍କରେ ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇ ସୁପ୍ରିମ୍‌କୋର୍ଟଙ୍କୁ ରିପୋର୍ଟ ଦିଆଯିବ ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ କହିଛନ୍ତି।
ଶ୍ରୀମନ୍ଦିର ରତ୍ନ ଅଳଙ୍କାର ସୁରକ୍ଷିତ ଅଛି କି ନାହିଁ ତାକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚା ହେଉଥିବାବେଳେ ୨୦୧୮ ମାର୍ଚ୍ଚ ୨୦ରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏଏସ୍‌ଆଇ କର୍ତ୍ତୃପକ୍ଷ ଏବଂ କେତେଜଣ ସେବାୟତ ରତ୍ନଭଣ୍ଡାରରୁ ପାଣି ଗଳୁଥିବା ନେଇ କହିବା ପରେ ରତ୍ନଭଣ୍ଡାର ଗୃହ ସ୍ଥିତି ଯାଞ୍ଚ ଲାଗି ନିଷ୍ପତ୍ତି ହୋଇଥିଲା। ଦୀର୍ଘବର୍ଷ ହେବ ଏହା ଖୋଲାଯାଇ ନାହିଁ। ତେଣୁ ରତ୍ନଭଣ୍ଡାର ସବ୍‌କମିଟି ଉପସ୍ଥିତିରେ ଉକ୍ତ ଗୃହ ଖୋଲାଯିବ ବୋଲି ଚୂଡ଼ାନ୍ତ ହୋଇଥିଲା। ୨୦୧୮ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ବିଫଳ ହୋଇଥିଲା ପ୍ରଶାସନ। ରତ୍ନଭଣ୍ଡାର ଚାବି ହଜିଥିବାରୁ ଭିତର ଭଣ୍ଡାର ଖୋଲାଯାଇ ପାରି ନ ଥିବା କୁହାଯାଇଥିଲା। ଏହାକୁ ନେଇ ବେଶ୍‌ ହୋହଲ୍ଲା ହୋଇଥିଲା। ଶ୍ରୀମନ୍ଦିର ପ୍ରଶାସନ ଓ ସରକାରଙ୍କୁ ଘେରିଥିଲେ ବିରୋଧୀ। ଶେଷରେ ଏକ ଡୁପ୍ଲିକେଟ୍‌ ଚାବି ମିଳିଥିବା କୁହାଯାଇଥିଲା। ତେବେ ଡୁପ୍ଲିକେଟ ଚାବି ମିଳିବାକୁ ନେଇ ସମସ୍ତେ ସନ୍ଦେହରେ ପଡ଼ିିଥିଲେ। ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସୁରକ୍ଷାକୁ ନେଇ ମଧ୍ୟ ଉଠିଥିଲା ପ୍ରଶ୍ନ। ତେଣୁ ସରକାର ଚାବି ହଜିବା ଘଟଣାର ବିଚାର ବିଭାଗୀୟ ତଦନ୍ତ ଆଦେଶ ଦେଇଥିଲେ। ଜଷ୍ଟିସ ରଘୁବୀର ଦାଶ ଏହାର ତଦନ୍ତ କରିଥିଲେ। ତଦନ୍ତ ରିପୋର୍ଟ ଏବେ ରାଜ୍ୟ ସରକାରଙ୍କ ପାଖରେ ରହିଥିବାବେଳେ ଅନେକ ସମୟରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି ଉଠିଛି। ବିଭିନ୍ନ ସମୟରେ ଏକାଧିକ ସଙ୍ଗଠନ ରତ୍ନଭଣ୍ଡାର ଖୋଲିବା ଦାବିରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।  ସେହିପରି ପିପିଲି ବ୍ଲକ କମାକନ୍ତିଆର ଦିଲ୍ଲୀପ ବରାଳ ଗତ ସେପ୍ଟେମ୍ବର ୭ରେ ରାଜ୍ୟପାଳଙ୍କୁ ଭିତର ରତ୍ନଭଣ୍ଡାର ଖୋଲି ରତ୍ନ ଅଳଙ୍କାର ଯାଞ୍ଚ କରାଯିବା ନେଇ ଅନୁରୋଧପତ୍ର ପଠାଇଥିଲେ। ରାଜ୍ୟପାଳ ଏହାକୁ ଗ୍ରହଣ କରି ଗତ ସେପ୍ଟେମ୍ବର ୧୯ରେ ଆଇନ ବିଭାଗ ପ୍ରମୁଖ ସଚିବଙ୍କୁ ଉପଯୁକ୍ତ ପଦକ୍ଷେପ ନେବା ଲାଗି ନିର୍ଦ୍ଦେଶ ଦେଇଥିଲେ। ସେହିପରି ଗତ ମାସ ୨୯ ତାରିଖରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ରତ୍ନଭଣ୍ଡାରର ଅଡିଟ୍‌ କରାଯିବା ସହ ଠିକ୍‌ ଭାବେ ଅଳଙ୍କାର ଯାଞ୍ଚ କରିବାକୁ ଦାବି କରିଥିଲେ। ଏବେ ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ରତ୍ନଭଣ୍ଡାର ଖୋଲିବା ନେଇ ପ୍ରଶାସନିକ ସ୍ତରରେ ଆଲୋଚନା ଚାଲିଥିବା ଶୁଣିବାକୁ ମିଳୁଛି। ଏହାକୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ବରିଷ୍ଠ ସେବାୟତ ବିନାୟକ ଦାସମହାପାତ୍ର କହିଛନ୍ତି, ଏ ନେଇ ସେବାୟତଙ୍କ ଉପରକୁ ଅଙ୍ଗୁଳି ଉଠିଲାଣି। ତେଣୁ ଭିତର ରତ୍ନଭଣ୍ଡାର ଖୋଲାଯାଇ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତି କରାଯାଉ। ପୂର୍ବ ତାଲିକା ଯାହା ରହିଛି ସେଥିରେ ମେଳକ କରାଗଲେ ସବୁକିଛି ସ୍ପଷ୍ଟ ହୋଇଯିବ। ସୂଚନାଥାଉ କି, ଶ୍ରୀମନ୍ଦିରର ବାହାର ଭଣ୍ଡାର ବର୍ଷକୁ ଏକାଧିକ ଥର ଖୋଲାଯାଏ। କିନ୍ତୁ ୧୯୮୫ରେ ଶେଷଥର ଲାଗି ଭିତର ଭଣ୍ଡାର ଖୋଲା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri