ଖୋଲିବ ୨୩୫ କ୍ବାରାଣ୍ଟାଇନ୍‌ ହୋମ୍‌

ଅନୁଗୋଳ ଅଫିସ୍‌, ୧୯।୩: କରୋନା ସନ୍ଦିଗ୍ଧଙ୍କ ନିମନ୍ତେ ପ୍ରତି ଜିଲାରେ ପଞ୍ଚାୟତ ଓ ସଦର ମହକୁମାର ବିଦ୍ୟାଳୟଗୁଡ଼ିକରେ କ୍ବାରାଣ୍ଟାଇନ୍‌ ହୋମ ଖୋଲିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳରେ ମୋଟ୍‌ ୨୩୫ଟି କ୍ବାରାଣ୍ଟାଇନ୍‌ ହୋମ ଖୋଲିବ ବୋଲି ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି। ଅନୁଗୋଳ ଜିଲାରେ ଥିବା ୨୨୫ଟି ପଞ୍ଚାୟତର ଗୋଟିଏ ଲେଖାଏଁ ସ୍କୁଲରେ କ୍ବାରାଣ୍ଟାଇନ୍‌ ହୋମ୍‌ ଖୋଲିବାକୁ ଥିବାବେଳେ ପ୍ରତି ସହରାଞ୍ଚଳରେ ୨ରୁ ୩ଟି ଲେଖାଏଁ ହୋମ୍‌ ଖୋଲିବାକୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରତି ପଞ୍ଚାୟତରେ ଶହେ ଲୋକ ରହିବା ଭଳି ବିଦ୍ୟାଳୟରେ ଏହି ହୋମ ଖୋଲିବା ସାଙ୍ଗକୁ ବିଦ୍ୟୁତ, ପାନୀୟ ଜଳ, ଖାଦ୍ୟ ଓ ଶୌଚାଳୟର ବ୍ୟବସ୍ଥା କରାଯିବ। ସେହିପରି ଅନୁଗୋଳ ସହରରେ ମଧ୍ୟ ଏହି ଗୃହ ଖୋଲିଛି। ପ୍ରଥମେ ଆଦର୍ଶ ବିଦ୍ୟାଳୟରେ ୩ ଶହ, ଅନୁଗୋଳ ବାଳିକା ଉଚ୍ଚ ବିଦ୍ୟାଳୟରେ ଶହେ ଓ ଅନୁଗୋଳ ଟାଉନ୍‌ ହାଇସ୍କୁଲରେ ଶହେ ଜଣ ରହିବା ଭଳି ହୋମ୍‌ ଖୋଲାଯିବ। ବିଦେଶ କିମ୍ବା ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ଘରେ ସୁବିଧା ନ ଥିଲେ ଏହି କ୍ବାରାଣ୍ଟାଇନ୍‌ ହଲରେ ୧୪ ଦିନ ରହିବା ପରେ ତାଙ୍କ ଘରକୁ ଛଡ଼ାଯିବ ବୋଲି ସୂଚନା ଦିଆଯାଇଛି। ଯଦି ଏହି ଗୃହରେ ରହିବା ସମୟରେ କିଛି କରୋନାର ଲକ୍ଷଣ ଦେଖାଦିଏ, ତେବେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଖୋଲିଥିବା ଆଇସୋଲେଶନ୍‌ ୱାର୍ଡ଼ରେ ରଖାଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri