ଖୋଲିବ ୨୩୫ କ୍ବାରାଣ୍ଟାଇନ୍‌ ହୋମ୍‌

ଅନୁଗୋଳ ଅଫିସ୍‌, ୧୯।୩: କରୋନା ସନ୍ଦିଗ୍ଧଙ୍କ ନିମନ୍ତେ ପ୍ରତି ଜିଲାରେ ପଞ୍ଚାୟତ ଓ ସଦର ମହକୁମାର ବିଦ୍ୟାଳୟଗୁଡ଼ିକରେ କ୍ବାରାଣ୍ଟାଇନ୍‌ ହୋମ ଖୋଲିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳରେ ମୋଟ୍‌ ୨୩୫ଟି କ୍ବାରାଣ୍ଟାଇନ୍‌ ହୋମ ଖୋଲିବ ବୋଲି ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି। ଅନୁଗୋଳ ଜିଲାରେ ଥିବା ୨୨୫ଟି ପଞ୍ଚାୟତର ଗୋଟିଏ ଲେଖାଏଁ ସ୍କୁଲରେ କ୍ବାରାଣ୍ଟାଇନ୍‌ ହୋମ୍‌ ଖୋଲିବାକୁ ଥିବାବେଳେ ପ୍ରତି ସହରାଞ୍ଚଳରେ ୨ରୁ ୩ଟି ଲେଖାଏଁ ହୋମ୍‌ ଖୋଲିବାକୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରତି ପଞ୍ଚାୟତରେ ଶହେ ଲୋକ ରହିବା ଭଳି ବିଦ୍ୟାଳୟରେ ଏହି ହୋମ ଖୋଲିବା ସାଙ୍ଗକୁ ବିଦ୍ୟୁତ, ପାନୀୟ ଜଳ, ଖାଦ୍ୟ ଓ ଶୌଚାଳୟର ବ୍ୟବସ୍ଥା କରାଯିବ। ସେହିପରି ଅନୁଗୋଳ ସହରରେ ମଧ୍ୟ ଏହି ଗୃହ ଖୋଲିଛି। ପ୍ରଥମେ ଆଦର୍ଶ ବିଦ୍ୟାଳୟରେ ୩ ଶହ, ଅନୁଗୋଳ ବାଳିକା ଉଚ୍ଚ ବିଦ୍ୟାଳୟରେ ଶହେ ଓ ଅନୁଗୋଳ ଟାଉନ୍‌ ହାଇସ୍କୁଲରେ ଶହେ ଜଣ ରହିବା ଭଳି ହୋମ୍‌ ଖୋଲାଯିବ। ବିଦେଶ କିମ୍ବା ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ଘରେ ସୁବିଧା ନ ଥିଲେ ଏହି କ୍ବାରାଣ୍ଟାଇନ୍‌ ହଲରେ ୧୪ ଦିନ ରହିବା ପରେ ତାଙ୍କ ଘରକୁ ଛଡ଼ାଯିବ ବୋଲି ସୂଚନା ଦିଆଯାଇଛି। ଯଦି ଏହି ଗୃହରେ ରହିବା ସମୟରେ କିଛି କରୋନାର ଲକ୍ଷଣ ଦେଖାଦିଏ, ତେବେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଖୋଲିଥିବା ଆଇସୋଲେଶନ୍‌ ୱାର୍ଡ଼ରେ ରଖାଯିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri