Posted inଫୁରସତ

ଖୋଲିଲା ଇଜିପ୍ଟର ପ୍ରାଚୀନ ପିରାମିଡ: ୧୪ ବର୍ଷ ଧରି ଚାଲିଥିଲା ପୁନରୁଦ୍ଧାର କାର୍ଯ୍ୟ

କାଏରୋ: ଇଜିପ୍ଟରେ ଥିବା ୪,୭୦୦ ବର୍ଷ ପୁରୁଣା ପିରାମିଡକୁ ପୁଣି ଖୋଲାଯାଇଛି। ଷ୍ଟେପ୍‌ ପିରାମିଡ୍‌ ଅଫ୍‌ ଡିଜୋସେର ୧୪ ବର୍ଷ ଧରି ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ଶେଷ ହେବା ପରେ ଏହାକୁ ଲୋକଙ୍କ ପାଇଁ ପୁନର୍ବାର ଲୋକାର୍ପିତ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୁସ୍ତାଫା ମେଦ୍‌ବୁଲି କହିଛନ୍ତି, ଆମେ ଏହି ପିରାମିଡ୍‌କୁ ପୁନଃ ଉଦ୍‌ଘାଟନ କରି ବିଶ୍ୱବାସୀଙ୍କ ନିକଟରେ ଉପସ୍ଥାପନ କରିବାକୁ ନିଷ୍ପତ୍ତି ନେଇଥିଲୁ। ଆମେ ସଫଳତାର ସହ ପିରାମିଡ୍‌ର ପୁନରୁଦ୍ଧାର କରିବାରେ ସକ୍ଷମ ହୋଇଛୁ। ବିଶ୍ୱର କୌଣସି ପର୍ଯ୍ୟଟକ ଏଠାକୁ ଆସିପାରିବେ। ତେବେ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ କେତେକ ପ୍ରତିକାରମୂଳକ ପଦକ୍ଷେପ ମଧ୍ୟ ନେଇଛୁ ବୋଲି ସେ ସ୍ପଷ୍ଟ କରିଛନ୍ତି। ସାକ୍କାରା ନେକ୍ରୋପୋଲିସସ୍ଥିତ କିଙ୍ଗ୍‌ ଡିଜୋସେରଙ୍କ ଏହି ସମାଧିସ୍ଥଳକୁ ଇଜିପ୍ଟର ସବୁଠୁ ପ୍ରାଚୀନ ପିରାମିଡ୍‌ ବୋଲି ବିବେଚନା କରାଯାଉଛି। ୨୦୦୬ରେ ଏହାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ଗତମାସରେ ପରଲୋକ ଘଟିଥିବା ଶାସକ ହୋସ୍‌ନି ମୁବାରକଙ୍କ ବିରୋଧରେ ଦେଶରେ ବିଦ୍ରୋହ ମୁଣ୍ଡଟେକିବାରୁ ୨୦୧୧ରେ ପୁନରୁଦ୍ଧାର କାର୍ଯ୍ୟକୁ ବନ୍ଦ କରାଯାଇଥିଲା। ବାହାରପଟ, କରିଡର, ପାହାଚ ଆଦି ମରାମତିରେ ୧୦୪ ନିୟୁତ ଇଜିପ୍ଟ ପାଉଣ୍ଡ (ପ୍ରାୟ ୬ ନିୟୁତ ଡଲାର) ଖର୍ଚ୍ଚ ହୋଇଛି। ସ୍ଥପତି ଇମ୍‌ହୋଟେପ୍‌ଙ୍କ ଦ୍ୱାରା ନିର୍ମିତ ୬୩ ମିଟର ଉଚ୍ଚତା ବିଶିଷ୍ଟ ଏହି ପିରାମିଡକୁ ପର୍ଯ୍ୟଟକମାନେ ପରିଦର୍ଶନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri