ଖୋଲିଲା ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ସୋମବାର ଖୋଲିଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶେଷବର୍ଷ ପାଠପଢ଼ା ହେବ। ପ୍ରଥମ ପର୍ଯ୍ୟାୟରେ ୟୁଜି ଓ ପିଜି ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ହେବ। ଦୀର୍ଘ ୯ମାସ ପରେ କଲେଜ ଓ ବିଶ୍ୱବିଦ୍ୟାଳୟରେ ପାଦ ଦେଇ ଛାତ୍ରୀଛାତ୍ରମାନେ ଖୁସି ବ୍ୟକ୍ତ କରିଛନ୍ତି। ଉଚ୍ଚଶିକ୍ଷାନୁଷ୍ଠାନ ଖୋଲିବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ପ୍ରଥମ ଦିନରେ ହିଁ କଲେଜ ପରିଦର୍ଶନ କରିଛନ୍ତି। ବିଭାଗ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶାବଳୀକୁ ଶିକ୍ଷାନୁଷ୍ଠାନଗୁଡ଼ିକ କିପରି ପାଳନ କରୁଛନ୍ତି ତାହା ପରଖିବା ପାଇଁ ସେ ଭୁବନେଶ୍ୱରର ରାଜଧାନୀ କଲେଜ ପରିଦର୍ଶନରେ ଯାଇଥିଲେ। ସେଠାରେ ମନ୍ତ୍ରୀ ସମସ୍ତ ବ୍ୟବସ୍ଥା ଅନୁଧ୍ୟାନ କରିବା ସହିତ କଲେଜ କର୍ତ୍ତୃପକ୍ଷ, ଛାତ୍ରୀଛାତ୍ରଙ୍କ ସହିତ ଆଲୋଚନା କରିଥିଲେ। ପରିଦର୍ଶନ ପରେ ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି, କଲେଜରେ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯିବା ସହିତ ସମସ୍ତେ ମାସ୍କ ପରିଧାନ କରିଥିବା ଦେଖିଲି। ଅନ୍‌ଲାଇନ୍‌ରେ କିଛି କୋର୍ସ ସରିଯାଇଛି। ମାର୍ଚ୍ଚ ୧୬ରେ ସେମିଷ୍ଟର ପରୀକ୍ଷା ହେବ। ସେଥିପାଇଁ ଆଉ ଯାହା କୋର୍ସ ବାକି ରହିଛି ତାକୁ ପଢ଼ାଯାଉଛି ଓ ରିଭିଜନ୍‌ ମଧ୍ୟ କରାଯାଉଛି। ପରୀକ୍ଷା ପାଇଁ ଭଲ ଭାବେ ପ୍ରସ୍ତୁତ ଥିବା ଛାତ୍ରୀଛାତ୍ରମାନେ କହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।
ସେହିପରି ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ, ଓୟୁଏଟି ଏବଂ ସଂସ୍କୃତି ବିଶ୍ୱବିଦ୍ୟାଳୟ ମଧ୍ୟ ସୋମବାରଠାରୁ ଖୋଲିଛି। ଇଞ୍ଜିନିୟରିଂ ଓ ଡିପ୍ଲୋମା ଶେଷବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଫିଜିକାଲ କ୍ଲାସ୍‌ ହେବା ନେଇ ବୈଷୟିକ ଶିକ୍ଷା ବିଭାଗ ସୂଚନା ଦେଇଛି। ଶେଷବର୍ଷ ଛାତ୍ରୀଛାତ୍ରଙ୍କ ବାକି ଥିବା ସିଲାବସ୍‌ ସାରିବା ସହ ପରୀକ୍ଷା ପାଇଁ ପ୍ରସ୍ତୁତି କରାଯିବ। ଏ ନେଇ ରାଜ୍ୟର ସମସ୍ତ ସରକାରୀ ଇଞ୍ଜିନିୟରି, ଡିପ୍ଲୋମା କଲେଜ୍‌କୁ ନିର୍ଦ୍ଦେଶନାମା ଜାରି ହୋଇଛି। ସୂଚନାଯୋଗ୍ୟ, କରୋନା ଯୋଗୁ ଗତ ମାର୍ଚ୍ଚ ମାସରୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ଗତ ୮ତାରିଖରୁ ସ୍କୁଲ ଖୋଲିଯାଇଥିବା ବେଳେ ସୋମବାରଠାରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିଛି। ୟୁଜିର ୫ମ ଓ ପିଜିର ୩ୟ ସେମିଷ୍ଟର ପାଇଁ ମାର୍ଚ୍ଚ ୧୫ତାରିଖ ପର୍ଯ୍ୟନ୍ତ କ୍ଲାସ ଚାଲିବ। ମାର୍ଚ୍ଚ ୧୬ରୁ ୩୧ତାରିଖ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ସେମିଷ୍ଟର ପରୀକ୍ଷା ହେବ। ସେହିପରି ଏପ୍ରିଲ ୨ରୁ ଜୁନ୍‌ ୧୫ ତାରିଖ ପର୍ଯ୍ୟନ୍ତ ୟୁଜି ଓ ପିଜିର ଶେଷ ସେମିଷ୍ଟର କ୍ଲାସ ଚାଲିବ। ଜୁନ ୧୬ରୁ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ୟୁଜି ଓ ପିଜିର ଶେଷ ସେମିଷ୍ଟର ପରୀକ୍ଷା ହେବ। ତେବେ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ରବିବାର, ସାଧାରଣତନ୍ତ୍ର ଦିବସ, ସରସ୍ବତୀ ପୂଜା ଓ ଉତ୍କଳ ଦିବସରେ କ୍ଲାସ୍‌ ହେବ ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri