ଖୋଲିଲା ସଂରକ୍ଷିତ ଟିକେଟ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚଳାଚଳ କରିବ ୨ ଟ୍ରେନ

ବ୍ରହ୍ମପୁର ଅଫିସ,୨୩ା୫-ବ୍ରହ୍ମପୁର ରେଳଷ୍ଟେଶନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର ଶୁକ୍ରବାରଠାରୁ ପୁଣି ଖୋଲିଛି । ଜୁନ ପହିଲାରୁ ଟ୍ରେନ ଚଳାଚଳ କରିବା ନେଇ ରେଳ ବିଭାଗ ପକ୍ଷରୁ ନେଇ ନିଷ୍ପତ୍ତି ପରେ ବ୍ରହ୍ମପୁରରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରିବାକୁ ଥିବା ଯାତ୍ରୀଙ୍କ ସକାଶେ ସଂରକ୍ଷିତ ଟିକେଟ ବୁକିଂ କାଉଣ୍ଟର ଖୋଲାଯାଇଛି । ଦେଶରେ ଜୁନ ପହିଲାରୁ ୨୦୦ଟି ଟ୍ରେନ ଚଳାଚଳ କରିବା ନେଇ ରେଳ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି । ସେଥିମଧ୍ୟରୁ ବ୍ରହ୍ମପୁର ଦେଇ ଦୁଇଟି ଟ୍ରେନ ଚଳାଚଳ କରିବ ବୋଲି ଜଣାପଡିଛି । ବ୍ରହ୍ମପୁର ଷ୍ଟେଶନ ଦେଇ ହାୱଡା-ସିକନ୍ଦରାବାଦ ଫାଲକ୍‌ନୁମା ଏକ୍ସପ୍ରେସ ଓ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ ଚଳାଚଳ କରିବ। ତେଣୁ ଗତ ମାର୍ଚ୍ଚ ୨୫ରୁ ବନ୍ଦ ହୋଇଥିବା ବ୍ରହ୍ମପୁର ରେଳଷ୍ଟେଶନ ଟିକେଟ ବୁକିଂ କାଉଣ୍ଟରକୁ ଖୋଲାଯାଇଛି । ସଂରକ୍ଷିତ ଟିକେଟ କାଉଣ୍ଟରରେ ଯାତ୍ରୀମାନେ ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ ବ୍ୟବହାର, ସାନିଟାଇଜରରେ ହାତ ସଫା କରିବା ବାଧ୍ୟତାମୂଳକ ବୋଲି ବ୍ରହ୍ମପୁର ଷ୍ଟେଶନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri