ଖୋଲିଲା ସବୁ ଦିନିଆ ଅଭିଯୋଗ ପ୍ରକୋଷ୍ଠ

ବାରିପଦା ଅଫିସ,୭।୮- ଆୟତନ ଦୃଷ୍ଟିରୁ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ ଜିଲା। ଏହି ଜିଲାରେ ୨୬ଟି ବ୍ଲକ, ୨ଟି ମ୍ୟୁନିସିପାଲିଟି ଓ ୨ଟି ଏନଏସି ରହିଛି। ଆଦିବାସୀ ଅଧ୍ୟୁଷିତ ଜିଲା ହୋଇଥିବାରୁ ବିକାଶର ଚିହ୍ନ ଗ୍ରାମାଞ୍ଚଳରେ ପହଞ୍ଚି ପାରୁ ନ ଥିବା ବିଭିନ୍ନ ସମୟରେ ଅଭିଯୋଗ ହୋଇଥାଏ। ତେବେ ଜିଲାସ୍ତରରେ ବାରିପଦା,ଉଦଳା, କରଞ୍ଜିଆ ଓ ରାଇରଙ୍ଗପୁର ଆଦି ଜିଲାର ୪ଟି ଉପଖଣ୍ଡରେ ପର୍ଯ୍ୟାୟକ୍ରମେ ପ୍ରତି ସୋମବାର ଜିଲାପାଳ ଓ ଜିଲା ଆରକ୍ଷୀ ଅଧୀକ୍ଷକ ମିଳିତ ଭାବେ ଜନ ଶୁଣାଣି କରି ଜନସାଧାରଣଙ୍କ ସମସ୍ୟା ସମାଧାନ କରିଥାନ୍ତି। ଜିଲାର ବିଭିନ୍ନ ଦୁର୍ଗମ ଅଞ୍ଚଳରୁ ଲୋକେ ଏହି ଜନଶୁଣାଣି ଶିବିରରେ ପହଞ୍ଚି ପାରୁ ନ ଥିବା ଅଭିଯୋଗ ହୋଇଥାଏ। ଏପରିକି କିଛି ଲୋକ ବିଭିନ୍ନ ସମୟରେ ବାରିପଦା ଆସି ଜିଲାପାଳଙ୍କୁ ସିଧାସଳଖ ଅଭିଯୋଗ କରିଥାନ୍ତି। ମାତ୍ର ଜିଲାପାଳଙ୍କ କାର୍ଯ୍ୟବ୍ୟସ୍ତତା ଓ କ୍ଷେତ୍ର ଭ୍ରମଣ ସମୟରେ ଲୋକେ ତାଙ୍କୁ ନ ପାଇ ନିରାଶ ହୋଇ ଫେରି ଯାଉଥିବା ମଧ୍ୟ ଅଭିଯୋଗ ହୋଇଥାଏ। ତେବେ ଜନସାଧାରଣ କୌଣସି ସରକାରୀ ସୁବିଧାରୁ ବଞ୍ଚିତ ନ ହେବା ଉଦ୍ଦେଶ୍ୟ ନେଇ ଜିଲାପାଳ ବିନିତ ଭରଦ୍ୱାଜ ଉଦ୍ୟମ କରିଛନ୍ତି। ତାଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ଏକ ସ୍ବତନ୍ତ୍ର ଅଭିଯୋଗ ପ୍ରକୋଷ୍ଠର ଶୁଭାରମ୍ଭ କରିଛନ୍ତି। ଏହି ଅଭିଯୋଗ ପ୍ରକୋଷ୍ଠ ସମସ୍ତ ସରକାରୀ ଦିବସ ଗୁଡିକରେ ସକାଳ ୧୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା ରହିବ। ଏଠାରେ ଜନସାଧାରଣ ସେମାନଙ୍କ ବ୍ୟକ୍ତିଗତ ତଥା ସାମୂହିକ ଅଭିଯୋଗ ଦାଖଲ କରିପାରିବେ। ଏହି ଅଭିଯୋଗଗୁଡ଼ିକୁ ଅନୁଧ୍ୟାନ କରି ୨୦ ଦିନ ମଧ୍ୟରେ ସମାଧାନ କରାଯିବ। ଜିଲାର ପ୍ରତି ସରକାରୀ କାର୍ଯ୍ୟାଳୟରେ ଜଣେ ଜଣେ ନୋଡାଲ ଅଫିସର ରହିବେ ବୋଲି ଜିଲାପାଳ ଭରଦ୍ୱାଜ କହିଛନ୍ତି। ଏହା ସହ ସମସ୍ତ ଅଭିଯୋଗଗୁଡ଼ିକର ତଦନ୍ତ ବ୍ୟକ୍ତିଗତ ଭାବେ ସେ ସମୀକ୍ଷା ମଧ୍ୟ କରିବେ ବୋଲି କହିଛନ୍ତି। ଏଠାରେ ଲୋକେ ନିଜ ନିଜ ଅଭିଯୋଗ ଲିଖିତ ଆକାରରେ ଜଣାଇବେ। ଅଭିଯୋଗ ଦାଖଲ ପରେ ରସିଦ ନେବେ। ରସିଦରେ ସୂଚିତ କରାଯାଇଥିବା ନମ୍ବର ଜରିଆରେ ଅଭିଯୋଗର ତଦନ୍ତ କେଉଁ ସ୍ତରରେ ଅଛି ତାହା ମଧ୍ୟ ଅଭିଯୋଗକାରୀ ଜାଣିପାରିବେ। ଜନସାଧାରଣ ଅଭିଯୋଗ ପ୍ରକୋଷ୍ଠରେ ସେମାନଙ୍କ ଲିଖିତ ଅଭିଯୋଗ ଦାଖଲ କରିବା ପରେ ଏହା ଅନ୍‌ଲାଇନ ମାଧ୍ୟମରେ ରେଜିଷ୍ଟ୍ରେଶନ କରାଯିବ। ଯେଉଁ ବିଭାଗର ଏହା ହୋଇଥିବ ତାହା ସେହି ବିଭାଗକୁ ଅବଗତ କରାଯିବ। ଏହାପରେ ତୁରନ୍ତ ଏହାର ସମାଧାନ କରି ଲୋକଙ୍କୁ ନ୍ୟାୟ ପ୍ରଦାନ କରାଯିବ। କୌଣସି ବ୍ୟକ୍ତି ଯେପରି ସେମାନଙ୍କ ମୌଳିକ ଅଧିକାର ତଥା ସରକାରୀ ସୁବିଧାରୁ ଯେମିତି ବଞ୍ଚିତ ନ ହୁଅନ୍ତୁ ସେଥିପ୍ରତି ଗୁରୁତ୍ୱ ଦିଆଯିବ ବୋଲି ଜିଲାପାଳ ଭରଦ୍ୱାଜ କହିଛନ୍ତି। ଏହି ପ୍ରକୋଷ୍ଠର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ବ୍ରଜବନ୍ଧୁ ଭୋଳ, ବାରିପଦା ଉପଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଜିଲା ଜରୁରୀ ଅଧିକାରୀ ସୁଜୟ କୁମାର ପତିଙ୍କ ସମେତ ଅନ୍ୟ ଜିଲାସ୍ତରୀୟ ଅଧିକାରୀ ଓ ଜନସାଧାରଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri