ଖୋଲୁନି ଧାନମଣ୍ଡି: ତେଜିଲା ଚାଷୀ ଅସନ୍ତୋଷ

କାମାକ୍ଷାନଗର, ୬।୬(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ଦଣ୍ଡାଧର ଡ୍ୟାମ୍‌ ତଳି ଅଞ୍ଚଳରେ ରବିଧାନ ଚାଷ କରିଥିବା ଚାଷୀଙ୍କ ପାଇଁ ମଣ୍ଡି ଖୋଲୁନାହିଁ। ଏ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ତୁରନ୍ତ ମଣ୍ଡି ନ ଖୋଲିଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।
ଦଣ୍ଡାଧର ଡ୍ୟାମ୍‌ରୁ ବାହାରିଥିବା ରାମିଆଳ କେନାଲ ସହାୟତାରେ ସମ୍ପୃକ୍ତ ଅଞ୍ଚଳର ୨୫୦ ଏକର ଜମିରେ ରବି ଧାନ ଚାଷ କରାଯାଇଥିଲା। ଇତିମଧ୍ୟରେ ଧାନ ଅମଳ ସରିଛି। ହେଲେ ବିକ୍ରି ପାଇଁ ମଣ୍ଡି ଖୋଲାଯାଉନାହିଁ। ଏହାକୁ ନେଇ ଚାଷୀ ପରିବାର ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବୁଧବାର କଙ୍କଡ଼ାହାଡ଼ ଯାତ୍ରାପଡ଼ିଆରେ ପାଣି ପଞ୍ଚାୟତ ଶୀର୍ଷ କମିଟି ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ପାଳଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଚାଷୀଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ରବି ଧାନ କ୍ରୟ ପାଇଁ ମଣ୍ଡି ଖୋଲାଯାଉ ନ ଥିବାରୁ ଚାଷୀମାନେ ଅଭାବୀ ବିକ୍ରିର ସମ୍ମୁଖୀନ ହେଉଛନ୍ତି। କୁଇଣ୍ଟାଲ ପିଛା ୯୦୦ରୁ ୧୦୦୦ ଟଙ୍କାରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଏହାର ସମାଧାନ ନେଇ ପ୍ରଶାସନ କିମ୍ବା କୃଷି ବିଭାଗ ଆନ୍ତରିକତା ଦେଖାଉନାହଁି। ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଉନାହିଁ। ହକ୍‌ ନ ମିଳିଲେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ଉପଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଦିଆଯାଇଛି। ବୈଠକରେ ସରପଞ୍ଚ ହୃଦାନନ୍ଦ ବେହେରା, ମଙ୍ଗୁଳୁ ବେହେରା, ଭଗବାନ ବେହେରା, ବିନୟ ପାଳ, ବସନ୍ତ ପାଣି, ଇନ୍ଦ୍ରମଣି ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri