ଖ୍ରୀଷ୍ଟଚର୍ଚ୍ଚର ପ୍ରତିଶୋଧ ଶ୍ରୀଲଙ୍କାରେ: ମୃତ୍ୟୁସଂଖ୍ୟା ୩୨୧ରେ ପହଞ୍ଚିଲା

କଲମ୍ବୋ,୨୪ା୪: ଗତ ମାର୍ଚ୍ଚ ମାସରେ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚସ୍ଥିତ ଦୁଇ ମସ୍‌ଜିଦରେ ହୋଇଥିବା ଆଖିବୁଜା ଗୁଳିମାଡର ପ୍ରତିଶୋଧ ହେଉଛି ଭୟଙ୍କର ଇଷ୍ଟର ସଣ୍ଡେ ବିସ୍ଫୋରଣ। ଶ୍ରୀଲଙ୍କାର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ରୁଓ୍ବାନ ଓ୍ବିଜେବର୍ଦ୍ଦନେ ମଙ୍ଗଳବାର ଏଭଳି ସଂସଦରେ କହିଛନ୍ତି। ତଦନ୍ତରୁ ତାହା ଜଣାପଡିଥିବା ସେ ପ୍ରକାଶ କରିଛନ୍ତି। ଶ୍ରୀଲଙ୍କା ଆତଙ୍କବାଦୀ ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ଏବେ ୩୨୧ରେ ପହଞ୍ଚିଥିବା ବେଳେ ଏଥିରେ ୩୮ ବିଦେଶୀଙ୍କ ସହ ୧୦ ଜଣ ଭାରତୀୟ ମଧ୍ୟ ପ୍ରାଣ ହରାଇଛନ୍ତି। ଏବେବି ପ୍ରାୟ ୩୦ ଜଣ ବିଦେଶୀ ଡାକ୍ତରଖାନାରେ ଚିକିତ୍ସା ହେଉଛନ୍ତି। ମଙ୍ଗଳବାର ମୃତକଙ୍କ ସମୂହ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିବା ପ୍ରକାଶ।
ଘଟଣାକୁ ନେଇ କଲମ୍ବୋରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଥିବାବେଳେ କୋଲୁପେଟିୟା ରେଲଓ୍ବେଷ୍ଟେଶନରୁ ପୋଲିସକୁ ଏକ ସନ୍ଦିଗ୍ଧ ପାର୍ସଲ ମିଳିଛି। ଆତଙ୍କୀ ବିସ୍ଫୋରଣ ମାମଲାରେ ଏପର୍ଯ୍ୟନ୍ତ ୪୦ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି। ସାଙ୍ଗ୍ରି-ଲା ଓ ଚିନ୍ନାମମ ଗ୍ରାଣ୍ଡ ହୋଟେଲରେ ଆତ୍ମଘାତୀ ବିସ୍ଫୋରଣ ପଛରେ ଦୁଇ ମୁସଲମାନ ଭ୍ରାତାଙ୍କ ହାତ ଥିବା ମଧ୍ୟ ପୋଲିସ କହିଛି। ସ୍ଥାନୀୟ ଇସଲାମିକ ଗୋଷ୍ଠୀ ଏଭଳି କାଣ୍ଡରେ ସାମିଲ ଥିବା ପୋଲିସ କହିଥିଲାବେଳେ ଏହା ପଛରେ ବିଦେଶୀ ଶକ୍ତିର ହାତ
ଥାଇପାରେ ବୋଲି ସନ୍ଦେହ କରାଯାଉଛି। ସେପଟେ କଲମ୍ବୋସ୍ଥିତ ଆମେରିକୀୟ ଦୂତାବାସ ପକ୍ଷରୁ ପୁଣି ଥରେ ଆତଙ୍କବାଦୀ ଗୋଷ୍ଠୀ ଆକ୍ରମଣ କରିପାରନ୍ତି ବୋଲି ସତର୍କ ସୂଚନା ଜାରି କରାଯାଇଛି।
ଅନ୍ୟପକ୍ଷରେ ଇଷ୍ଟର ସଣ୍ଡେ ବୋମା ବିସ୍ଫୋରଣ ନିଜେ ଘଟାଇଥିବା ଇସଲାମିକ ଷ୍ଟେଟ(ଆଇଏସ୍‌) ମଙ୍ଗଳବାର ଦାବି କରିଛି। ନିଜ ନ୍ୟୁଜ ଏଜେନ୍ସିରେ ଆଇଏସ୍‌ ଏଭଳି ଦାବି କରିଥିଲାବେଳେ ଏନେଇ କୌଣସି ତଥ୍ୟପ୍ରମାଣ ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri