Posted inଖେଳ

ଖ୍ରୀଷ୍ଟଚର୍ଚ୍ଚ ଟେଷ୍ଟ: ଭଲ ସ୍ଥିତିରେ ନ୍ୟୁଜିଲାଣ୍ଡ

ଖ୍ରୀଷ୍ଟଚର୍ଚ୍ଚ,୨୯ା୨- ସ୍ଥାନୀୟ ହେଗଲେ ଓଭାଲ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶନିବାର ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଯାଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ପ୍ରଥମ ଇନିଂସରେ ୨୪୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଏକଦା ଭାରତୀୟ ଦଳ ୪ ଉଇକେଟ ହରାଇ ୧୯୪ ରନ୍‌ କରି ବଡ଼ ସ୍କୋର ଆଡ଼େ ମୁହଁାଇଥିଲା। କିନ୍ତୁ ହନୁମା ବିହାରୀ (୫୫) ଆଉଟ୍‌ ହେବା ପରେ କୌଣସି ବ୍ୟାଟ୍ସମ୍ୟାନ କ୍ରିଜ୍‌ରେ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ବିହାରୀଙ୍କ ବ୍ୟତୀତ ପୃଥ୍ବୀ ଶ (୫୪) ଓ ଚେତେଶ୍ୱର ପୂଜାରା (୫୪) ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଅନ୍ୟପକ୍ଷରେ ମୟଙ୍କ ଅଗ୍ରଓ୍ବାଲ, ଅଧିନାୟକ ବିରାଟ କୋହଲି, ଉପଅଧିନାୟକ ଅଜିଙ୍କ୍ୟ ରାହାନେ ଓ ଉଇକେଟକିପର ରିଷବ ପନ୍ତ ବିଫଳ ହୋଇଥିଲେ। ଘରୋଇ ନ୍ୟୁଜିଲାଣ୍ଡ ପାଇଁ କାଇଲ ଜେମିସନ ୫ ଉଇକେଟ ନେଇଥିବାବେଳେ ଟ୍ରେଣ୍ଟ ବୋଲ୍ଟ ଓ ଟିମ ସୌଦି ୨ ଲେଖାଏ ଉଇକେଟ ହାତେଇଥିଲେ। ଏହାପରେ ନ୍ୟୁଜିଲାଣ୍ଡ ଦଳର ଦୁଇ ଓପନର ଟମ ଲଥାମ ଓ ଟମ ବ୍ଲୁଣ୍ଡେଲଙ୍କ ଓପନିଂ ଯୋଡ଼ି ଦିବସ ଶେଷ ପର୍ଯ୍ୟନ୍ତ ଖେଳି ୨୩ ଓଭରରେ ୬୩ ରନ୍‌ କରିଥିଲେ। ଷ୍ଟମ୍ପ ଅପସାରଣ ବେଳକୁ ଲଥାମ ୨୭ ଓ ବ୍ଲୁଣ୍ଡେଲ ୨୯ ରନ୍‌ କରି ଅପରାଜିତ ଥିଲେ। ଦଳ ହାତରେ ୧୦ ଉଇକେଟ ଥିବାବେଳେ ଇନିଂସ ଅଗ୍ରଣୀ ଲାଗି ୧୭୯ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri