ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା: ବିଧାୟକଙ୍କୁ ଭେଟିଲେ ଗ୍ରାମବାସୀ

ଭଦ୍ରକ ଅଫିସ, ୨୧।୮: ଭଦ୍ରକ ବ୍ଲକ ଦଇସିଂ ପଞ୍ଚାୟତ କୁଶୁନନଗର ମୌଜାର ବଢେଇଗଡିଆ ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା। ଫଳରେ ଲୋକେ ଯାତାୟାତ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବୁଧବାର ଏହି ଗ୍ରାମବାସୀ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ଭେଟି ସେମାନଙ୍କ ଗଁ।କୁ ସବୁଦିନିଆ ପକ୍କାରାସ୍ତା କରିବା ନିମନ୍ତେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବିଧାୟକ ମଲ୍ଲିକ ପକ୍କାରାସ୍ତା ନିର୍ମାଣ ନେଇ ପ୍ରତିଶ୍ରୁତି ଦେଇଥିବା ଜଣାଯାଇଛି।
ପ୍ରକାଶ ଯେ, ବରପଦା ବଜାରରୁ ବଢେଇଗଡିଆ ଗଁ।କୁ ଯିବାକୁ ହେଲେ ଅଣଓସାରିଆ ରାସ୍ତା ରହିଛି। ବର୍ଷାଦିନେ ୪ ମାସ କାଦୁଅ ପଚପଚରେ ଯିବାଆସିବା କରିବାକୁ ପଡ଼େ। ଖରାଦିନେ ମଧ୍ୟ ଚାରିଚକିଆ ଗାଡ଼ି ଯିବା ଏପରିକି ଗଁ।ରେ ନିଅଁ। ଲାଗିଲେ ଦମକଳ ଗାଡ଼ି ଆସିବା କିମ୍ବା ଜରୁରୀ ସମୟରେ ଗର୍ଭବତୀ, ରୋଗୀଙ୍କୁ ଆମ୍ବୁଲାନ୍ସ ଯୋଗେ ବରପଦା ମେଡିକାଲକୁ ନେବା କଷ୍ଟକର ହୋଇପଡୁଛି। ରାସ୍ତାଟି ଅତ୍ୟନ୍ତ ଅଣଓସାରିଆ ହୋଇଥିବାରୁ ଗ୍ରାମବାସୀ ନାନା ସମସ୍ୟା ଭୋଗୁଛନ୍ତି। ଏବେ ବର୍ଷାଦିନ ହୋଇଥିବାରୁ କେତେକ ଲୋକ ଜଳ ନିଷ୍କାସନ ପାଇଁ ରାସ୍ତାକୁ କାଟି ଦେଇଛନ୍ତି। ଫଳରେ ଏହି ରାସ୍ତା ଦେଇ ବରପଦା ସ୍କୁଲ, କଲେଜକୁ ଆସିବା ପାଇଁ ଛାତ୍ରୀଛାତ୍ର ହଇରାଣ ହେଉଛନ୍ତି ବୋଲି ଗଁ। ଲୋକେ ଅଭିଯୋଗ କରିଥିଲେ। ବିଧାୟକଙ୍କୁ ଦାବିପତ୍ର ପ୍ରଦାନ ସମୟରେ ଗଁ।ର ସଂଗ୍ରାମ ନାୟକ, କ୍ଷୀରୋଦ ମଲ୍ଲିକ, ସୂର୍ଯ୍ୟକାନ୍ତ ମଲ୍ଲିକ, ବିକାଶ ବେହେରା ଓ ଅଭିଜିତ୍‌ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri