ଗଁ। ମୁଣ୍ଡରେ ସଚେତନ କଲେ ଯୁବଗୋଷ୍ଠୀ

କେନ୍ଦୁଝର, ୨୬ା୩(ନରେଶ ପଟ୍ଟନାୟକ)-କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା ପରେ ସବୁଠି କଟକଣା ଲାଗୁ ହୋଇଛି। ପୋଲିସ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି। କେନ୍ଦୁଝର ଜିଲା ଘସିପୁରା ବ୍ଲକ ଭଣ୍ଡାରଡିହା ପଞ୍ଚାୟତ ପଦନପୁର ଗ୍ରାମର ଯୁବକମାନେ ନିଜ ଆଡୁ ଲୋକଙ୍କୁ ସଚେତନ କରିବାକୁ ଆଗେଇ ଆସିଛନ୍ତି। ଗ୍ରାମକୁ ଯେଭଳି ବାହାର ଲୋକେ କେହି ଆସିପାରିବେ ନାହିଁ କି ଜରୁରୀ ନ ଥିଲେ ଗଁ। ଲୋକ ବାହାରକୁ ଯିବେ ନାହିଁ ସେନେଇ ବ୍ୟବସ୍ଥା କରାଯାଇଛି। ସେମାନେ ରାସ୍ତାରେ ପଥର ପକାଇ ବାଉଁଶ ବାନ୍ଧି ଅବରୋଧ କରିଛନ୍ତି। ଯୁବକମାନେ ସେଠାରେ ଜଗି ରହି ବାହାରୁ ଆସୁଥିବା ଲୋକଙ୍କୁ ସଚେତନ କରି ହାତ ଧୋଇ ଫେରାଇ ଦେଉଛନ୍ତି। ଯେଉଁଠି ପୋଲିସ ଓ ପ୍ରଶାସନ ଲୋକଙ୍କ ଚଳପ୍ରଚଳକୁ ରୋକିବାରେ ଫେଲ୍‌ ମାରୁଛି ସେଠାରେ ଯୁବକମାନଙ୍କ ଏଭଳି ଉଦ୍ୟମକୁ ସବୁ ମହଲରେ ପ୍ରଶଂସା କରାଯାଇଛି। ଆନନ୍ଦ ଚରଣ ପୃଷ୍ଟି ନାମକ ଜଣେ ପରିବା ବେପାରୀ କହିଛନ୍ତି ଯେ, ସେ ମାସ୍କ ପିନ୍ଧି ନ ଥିବାରୁ ଗ୍ରାମବାସୀ ଭିତରକୁ ଛାଡିଲେ ନାହିଁ । ପଦନପୁର ବାସିନ୍ଦା ଚନ୍ଦ୍ରଶେଖର ସାହୁ କହିଛନ୍ତି, କରୋନା ସଂକ୍ରମଣ ରୋକିବା ଓ ଗ୍ରାମକୁ ସୁସ୍ଥ ରଖିବା ପାଇଁ ଏଭଳି ବ୍ୟବସ୍ଥା କରାଯାଇଛି। ନିର୍ମଳ କୁମାର ରାଉତ କହିଛନ୍ତି, ଅଜଣା ବ୍ୟକ୍ତିଙ୍କୁ ଗ୍ରାମକୁ ପ୍ରବେଶ କରିବାକୁ ଦିଆଯାଉନାହିଁ। ଜରୁରୀ କାମ ନ ଥିଲେ କାହାରିକୁ ଛଡାଯାଉ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri