ଗଁ। ରେ ମଦ ବନ୍ଦ କରିବା ଘଟଣା : ମହିଳାଙ୍କୁ ଅବକାରୀ କର୍ମଚାରୀଙ୍କ ଧମକ ଅଭିଯୋଗ

ହାତୀଓଟ,୧ା୮-ପୋଲସରା ବ୍ଲକ ଜକର ପଞ୍ଚାୟତ ଜକର ଗ୍ରାମର ୨୭ ସ୍ବୟଂ ସହାୟିକା ଗୋଷ୍ଠୀ ଓ ଗ୍ରାମବାସୀ ମିଶି ଗ୍ରାମରେ ମଦ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଗତ ୯ ତାରିଖରେ ଗୋପୀନାଥ ମନ୍ଦିର ପରିସରରେ ଗ୍ରାମସଭା କରିଥିଲେ। ପରେ ଏ ନେଇ କବିସୂର୍ଯ୍ୟନଗର ଥାନା ଅଧିକାରୀ, ଜିଲାପାଳ, ପୋଲସରା ବିଧାୟକଙ୍କୁ ଅବଗତ କରିବା ସହ କବିସୂର୍ଯ୍ୟନଗର ଅବକାରୀ ବିଭାଗ କାର୍ଯ୍ୟାଳୟରେ ଜଣାଇଥିଲେ। ୧୭ ତାରିଖରେ ଉକ୍ତ ଅଫିସ୍‌ରେ ସବ୍‌ ଇନ୍ସପେକ୍ଟର୍‌ ଗୀତାଞ୍ଜଳି ସାହୁଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ମାତ୍ର ୨୯ ତାରିଖରେ କବିସୂର୍ଯ୍ୟନଗର ଦାୟିତ୍ୱରେ ଥିବା ପୁରୁଷୋତ୍ତମପୁର ଅବକାରୀ ବିଭାଗର ଇନ୍ସପେକ୍ଟର୍‌୍‌ଙ୍କ ସହ ୫ କର୍ମଚାରୀ ଗ୍ରାମର ବନିତା ମହାନ୍ତିିଙ୍କ ଘରକୁ ତଦନ୍ତ କରିବା ପାଇଁ ଆସି ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହା ପ୍ରତିବାଦରେ ବୁଧବାର ଅପରାହ୍ନରେ ଗ୍ରାମର ଗୋପୀନାଥ ମନ୍ଦିର ପ୍ରାଙ୍ଗଣରେ ଗ୍ରାମବାସୀଙ୍କ ସହ ୨୭ ମହିଳା ସ୍ବୟଂ ସହାୟିକା ସଦସ୍ୟା ଏକତ୍ରିତ ହୋଇଥିଲେ। ଅବକାରୀ ବିଭାଗ କର୍ମଚାରୀଙ୍କ ଏପରି ବ୍ୟବହାରକୁ ନିନ୍ଦା କରିବା ସହ ଘଟଣାର ତଦନ୍ତ କରିବାକୁ ଜିଦ ଧରିଥିଲେ। ଗାଁରେ ମଦ ବନ୍ଦ ନିଷ୍ପତ୍ତି ଗ୍ରାମବାସୀଙ୍କ ସହ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ମିଶି କରିଥିଲେ। କେବଳ ଜଣେ ମହିଳା କରିନଥିଲେ ବୋଲି ସେମାନେ ଅଭିଯୋଗ କରିଥିଲେ। ଖବରପାଇ ବାଲିଛାଇ ଫାଣ୍ଡି ଅଧିକାରୀ ଉମାଚରଣ ପ୍ରହରାଜ ଜକର ଗ୍ରାମକୁ ଆସି ଗ୍ରାମବାସୀ ଓ ମହିଳାମାନଙ୍କୁ ବୁଝାଶୁଝା କରିବା ପରେ ଉତ୍ତେଜିତ ଲୋକେ ଶାନ୍ତ ପଡିଥିଲେ।
ଏ ନେଇ କବିସୂର୍ଯ୍ୟନଗର ଅବକାରୀ ବିଭାଗର ସବ୍‌ ଇନ୍ସପେକ୍ଟର ସାହୁଙ୍କୁ ପଚାରବାରୁ ସୁପରିଣ୍ଟେଣ୍ଡେଣ୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ଇନ୍ସପେକ୍ଟରଙ୍କ ସହ କର୍ମଚାରୀ ମାନେ ତଦନ୍ତ କରିବା ପାଇଁ ଜକର ଗ୍ରାମକୁ ଯାଇଥିଲେ ବୋଲି କହିଥିଲେ। ବନିତାଙ୍କୁ ଧମକ ଦିଆଯିବା ଘଟଣାକୁ ସେ ଅସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri