Posted inଖେଳ

ଗଗନେନ୍ଦୁଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର, ୧୨।୬(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଇଣ୍ଡିଆନ ୟୁନିଭର୍ସିଟିଜ ଦଳର ୧୧୯ ଖେଳାଳି ଓ ୩୧ ଅଫିସିଆଲ ଅଂଶଗ୍ରହଣ କରିବେ। ଇଣ୍ଡିଆନ ୟୁନିଭର୍ସିଟିଜ ଦଳ ଆର୍ଚେରୀ, ଆଥଲେଟିକ୍ସ, ଜୁଡୋ, ଫେନ୍‌ସିଂ, ଟାଏକୋଣ୍ଡୋ, ଟେନିସ, ଓ ସନ୍ତରଣ ଇଭେଣ୍ଟରେ ଅଂଶଗ୍ରହଣ କରିବ। ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌(ଏଆଇୟୁ) ପକ୍ଷରୁ କିଟ୍‌ ବିଶ୍ୱବିଦ୍ୟାଳୟର କ୍ରୀଡ଼ା ନିର୍ଦ୍ଦେଶକ ଗଗନେନ୍ଦୁ ଦାଶଙ୍କୁ ଭାରତୀୟ ପ୍ରତିନିଧି ଦଳର ସହକାରୀ ମୁଖ୍ୟ ନିଯୁକ୍ତ କରାଯାଇଛି। ଏଆଇୟୁର ସଭାପତି ମାଣିକରାଓ ସାଲୁଙ୍କେ ପ୍ରତିନିଧି ଦଳର ମୁଖ୍ୟ ଭାବେ ଇଟାଲି ଯାତ୍ରା କରିବେ। ପୂର୍ବରୁ ଗଗନେନ୍ଦୁ ୨୦୧୭ରେ ଚାଇନିଜ୍‌ ତାଇପେରେ ଅନୁଷ୍ଠିତ ଓ୍ବାଲର୍‌ଡ ୟୁନିଭର୍ସିଟିଜ ଗେମ୍ସରେ ଆର୍ଚେରୀ ପ୍ରତିନିଧି ଦଳର ମୁଖ୍ୟ ଦାୟିତ୍ୱ ତୁଲାଇଥିଲେ। ଇଟାଲି ପ୍ରତିଯୋଗିତା ପାଇଁ ଆଥଲେଟିକ୍ସ ଓ ଆର୍ଚେରୀ କୋଚିଂ କ୍ୟାମ୍ପ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଜୁନ ୨୨ରୁ ୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କିଟ୍‌ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ଓଡ଼ିଶାର ଏକମାତ୍ର ପ୍ରତିଯୋଗୀଭାବେ ଆଗାମୀ ପ୍ରତିଯୋଗିତାର ୧୦୦ ଓ ୨୦୦ ମିଟର ଇଭେଣ୍ଟରେ ଅଂଶଗ୍ରହଣ କରିବେ। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଉଭୟ ଗଗନେନ୍ଦୁ ଏବଂ ଦୂତୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?