Posted inଜାତୀୟ

ଗଙ୍ଗାରେ ବାପାଙ୍କ ଅସ୍ଥି ବିସର୍ଜନ ବେଳେ ଭାବୁକ ହେଲେ ରୋହନ

ଗଙ୍ଗାରେ ବାପାଙ୍କ ଅସ୍ଥି ବିସର୍ଜନ ବେଳେ ଭାବୁକ ହେଲେ ରୋହନ
ହରିଦ୍ୱାର,୨୬।୮: ଉତ୍ତରାଖଣ୍ଡ ହରିଦ୍ୱାରର ହରକି ପୋଡି ସ୍ଥିତ ବ୍ରହ୍ମାକୁଣ୍ଡରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କ ଅସ୍ଥି ବିସର୍ଜନ କରାଯାଇଛି। ସ୍ବର୍ଗତ ଅରୁଣ ଜେଟଲୀଙ୍କ ପୁଅ ରୋହନ ଜେଟଲୀ ଓ ପରିବାରର ଅନ୍ୟ ସଦସ୍ୟ ସୋମବାର ଅପରାହ୍ନରେ ଅସ୍ଥି କଳଶ ନେଇ ହରିଦ୍ୱାରରେ ପହଞ୍ଚିଥିଲେ। ଏହାପରେ ରୀତିନୀତିରେ ପୂଜାର୍ଚ୍ଚନା କରାଯାଇ ଗଙ୍ଗାରେ ପୁଅ ରୋହନ ଅସ୍ଥି ବିସର୍ଜନ କରିଥିଲେ। ସେହି ସମୟରେ ସେ ଭାବୁକ ହୋଇପଡ଼ିଥିବା ଦେଖିବାକୁ ମିଳିଛି। ଏହି ଅବସରରେ କେନ୍ଦ୍ରୀୟ ମାନବ ସମ୍ବଳ ଓ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ, ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂହ ରାଓ୍ବତ, ଏମ୍‌ପି ଅଜୟ ଭଟ୍ଟ, କ୍ୟାବିନେଟ ମନ୍ତ୍ରୀ ମଦନ କୌଶିକ, ଧନ ସିଂହ ରାଓ୍ବତ, ହରକ ସିଂହ ରାଓ୍ବତ ଓ ଅରବିନ୍ଦ ପାଣ୍ଡେ ସମେତ ବହୁ ଭାଜପା ନେତା ସାମିଲ ହୋଇଥିଲେ। ଏଥିସହ ବାବା ରାମଦେବ ଓ ବରିଷ୍ଠ ସାମ୍ବାଦିକ ରଜତ ଶର୍ମା ମଧ୍ୟ ସ୍ବର୍ଗତ ଅରୁଣ ଜେଟଲୀଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ହରିଦ୍ୱାରରେ ପହଞ୍ଚିଥିଲେ। ହରିକି ପୋଡିରେ ପହଞ୍ଚିବା ପରେ ସମସ୍ତେ ସ୍ବର୍ଗତ ଅରୁଣ ଜେଟଲୀଙ୍କ ଫଟୋରେ ପୁଷ୍ପମାଲ୍ୟ ଚଢ଼ାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri