Posted inଜାତୀୟ

ଗଙ୍ଗା ନଦୀରେ ଚାଷୀଙ୍କ ଜଳ ସତ୍ୟାଗ୍ରହ

ବିଜନର,୨୧।୮: ଉତ୍ତରପ୍ରଦେଶର ବିଜନର ଜିଲାର ଭାରତୀୟ କିଷାନ ୟୁନିୟନ(ଭାକିୟୁ) ପକ୍ଷରୁ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଦେବଲଗଢ଼ ଗଁାର ଗଙ୍ଗା ନଦୀରେ ସେତୁ ନିର୍ମାଣ ଦାବିରେ ଶହ ଶହ ଚାଷୀ ଜଳ ସତ୍ୟାଗ୍ରହ ଆରମ୍ଭ କରିଛନ୍ତି। ଏହି ଆନ୍ଦୋଳନ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବେଳେ ଏଥିରେ ୨୮ ଗଁାର ଶହେରୁ ଊର୍ଦ୍ଧ ଚାଷୀ ସାମିଲ ହୋଇଛନ୍ତି। ପ୍ରତିଦିନ ଆଣ୍ଠୁଏ ଆଣ୍ଠୁଏ ପାଣିରେ ଶତାଧିକ ଚାଷୀ ଠିଆହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ, ବର୍ଷାଦିନେ ପାହାଡିଆ ଅଞ୍ଚଳରୁ ପାଣି ସବୁ ଆସି ଗଙ୍ଗା ନଦୀରେ ମିଶି ବନ୍ୟା ସୃଷ୍ଟି କରିଥାଏ। ଫଳରେ ଗଁାଲୋକଙ୍କୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏନେଇ ବହୁ ବର୍ଷରୁ ଉକ୍ତ ଗ୍ରାମଗୁଡ଼ିକର ଲୋକମାନେ ଗଙ୍ଗାନଦୀରେ ଏକ ପୋଲ ନିର୍ମାଣ ପାଇଁ ଦାବି କରିଆସୁଥିବା ବେଳେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ତେଣୁ ସରକାର ଯେ ପର୍ଯ୍ୟନ୍ତ ତାଙ୍କ ଦାବି ପୂରଣ ନ କରିଛନ୍ତି ସେ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟକାଳ ଜାରି ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ପରିସ୍ଥିତିରେ ଗଙ୍ଗା ନଦୀ ଫୁଲିଥିବା ବେଳେ ଏଭଳି ସ୍ଥିତିରେ ଚାଷୀଙ୍କ ଜଳ ସତ୍ୟାଗ୍ରହ ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଚାଷୀଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଲାଇଫ ଜ୍ୟାକେଟ ବ୍ୟବସ୍ଥା ସହ ପୋଲିସକର୍ମୀଙ୍କୁ ନଦୀ ନିକଟରେ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri