ଗଛକଟା ବେଳେ ସ୍କୁଲ ୱାଚ୍‌ମ୍ୟାନ୍‌ଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଧାରଣା

ଜଳେଶ୍ୱର, ୧୦।୭(ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ଆରୁହା ପଞ୍ଚାୟତର ଆରୁହା ଗ୍ରାମସ୍ଥିତ ହରପ୍ରସାଦ ଏକାଡ଼େମୀ ହାଇସ୍କୁଲରେ ମଙ୍ଗଳବାର ଗଛକଟା ଯାଉଥିବା ବେଳେ ଅସାବଧାନତା ବଶତଃ ୱାଚ୍‌ମ୍ୟାନ୍‌ କୁରେନ୍ଦ୍ର ପାତ୍ର(୪୮)ଙ୍କ ଉପରେ ପଡିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହାର ପ୍ରତିବାଦ କରି ସ୍କୁଲ ପରିସରରେ ଶତାଧିକ ଗ୍ରାମବାସୀ ଏକଜୁଟ୍‌ ହୋଇ ମୃତ କୁରେନ୍ଦ୍ରଙ୍କ ପରିବାରର ଜଣଙ୍କୁ ଉକ୍ତ ସ୍କୁଲରେ ଚାକିରି ତଥା କ୍ଷତିପୂରଣ ଦାବି କରି ଧାରଣାରେ ବସିଥିଲେ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରୁ ଖବରପାଇ ସ୍ଥାନୀୟ ବିଇଓ ବିଜୟ କୁମାର ନାଥ, ସିଆର୍‌ସିସି ପଙ୍କଜ କୁମାର ଜେନା, ଶିକ୍ଷକ ନେତା ମନୋରଞ୍ଜନ ଦାସ ପ୍ରମୁଖ ଧାରଣାସ୍ଥଳରେ ପହଞ୍ଚତ୍ ଦାବି ପୂରଣ ଲାଗି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏଥିସହିତ ମୃତକଙ୍କ ପରିବାରକୁ ବାଲେଶ୍ୱର ଜିଲା ଶିକ୍ଷାଧିକାରୀଙ୍କ ତରଫରୁ ୫ ହଜାର ଓ ଓଷ୍ଟା ସଂଘ ତରଫରୁ ୫ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା (ନଂ.୧୭/୧୯) ରୁଜୁ କରି ୱାଚ୍‌ମ୍ୟାନ୍‌ଙ୍କ ମୃତଦେହ ବ୍ୟବଚ୍ଛେଦ କରାଇଛି। ଧାରଣାରେ ସରପଞ୍ଚ ହରିଶ ଭୂୟଁା, ପୂର୍ବତନ ସରପଞ୍ଚ ମଧୁସୂଦନ ଦତ୍ତ, ଗ୍ରାମମୁଖ୍ୟ କାର୍ତ୍ତିକ ଚନ୍ଦ୍ର ଭୂୟଁା, ଦେବ କୁମାର ନନ୍ଦୀ, ଗୌରୀଶଙ୍କର ଗିରି, ଜନ୍ମେଜୟ ପ୍ରଧାନ, ଲମ୍ବୁଧର ପାଳ, ମନୋଜ କୁମାର ଭୂୟଁା ପ୍ରମୁଖ ଗ୍ରାମବାସୀ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ

ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri