ଗଛକୁ ଧକ୍କା ଦେଇ ପଲ୍‌ସର ଦୁର୍ଘଟଣାଗ୍ରସ୍ତ, ଯୁବକ ମୃତ

ନୂଆଗାଁ, ୬।୧୧(ଡି.ଏନ.ଏ): ନୟାଗଡ ଜିଲା ନୂଆଗାଁ ଥାନା ମହିତମା ନିକଟରେ ବାଇକ ଦୁର୍ଘଟଣାରେ ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ତାଙ୍କ ପରିଚୟ ମିଳିପାରି ନାହଁି । ମିଳିଥିବା ସୂଚନା ଅନୁଯାୟୀ, ମହିତମା ଛକ ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ କଡରେ ଥିବା ଗଛରେ ଦୁର୍ଘଟଣା ପରେ ଗୋଟିଏ ପଲସର ବାଇକ (ଓଡି୦୨ ଏଇ ୧୮୬୩) ଓ ଜଣେ ଯୁବକ ଗଛଠାରୁ କିଛି ଦୂରରେ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଏ ବିଷୟରେ ନୁଆଗାଁ ଥାନା ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିବା ବେଳକୁ ଯୁବକଙ୍କ ମୃତ୍ୟୁ ହୋଇସାରିଥିଲା। ନୂଆଗାଁ ଥାନା ପୋଲିସ ମୃତଦେହ ବ୍ୟବଚ୍ଛେଦ ଲାଗି ଦଶପଲା ଡାକ୍ତରଖାନା ପଠାଇ ଦେବା ସହ ବାଇକକୁ ଜବତ କରିଛି । ଖବର ଲେଖା ହେବା ସୁଦ୍ଧା ଯୁବକଙ୍କ ପରିଚୟ ମିଳିପାରି ନାହିଁ । ବାଇକ ନମ୍ବର ଯାଞ୍ଚ କରିବାରେ ଏହା ଏଚ୍‌ଡିଏଫ୍‌ସିଆଇ ବ୍ୟାଙ୍କରୁ ଲୋନ ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?