ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ୧୮ ଆହତ

ସୋନପୁର/ମନମୁଣ୍ଡା,୨୬।୫(ନି.ପ୍ର./ଡି.ଏନ.ଏ.):ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ବୌଦ୍ଧ ଜିଲା ମନମୁଣ୍ଡା ପୂର୍ତ୍ତ ବିଭାଗ ଡାକବଙ୍ଗଳା ସମ୍ମୁଖରେ ସୁଜନ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ ଭୁବନେଶ୍ୱରରୁ ବଲାଙ୍ଗୀର ଯାଉଥିଲା। ଡ୍ରାଇଭରଙ୍କ ଅସାବଧାନତା ଯୋଗୁଁ ବସ୍‌ ନଂ ଓଡି୦୨ଏସି-୦୨୮୦ଟି ରାସ୍ତାପାର୍ଶ୍ୱରେ ଥିବା ଏକ ଗଛକୁ ଧକ୍କା ଦେଇଥିଲେ। ଏଥିଯୋଗୁଁ ୧୮ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୧୦ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଡ୍ରାଇଭର ଶାନ୍ତନୁ ନାଏକ ବସ୍‌ରେ ଚାପି ହୋଇ ରହିଥିଲେ। ଜେସିବି ମେଶିନ ସହାୟତାରେ ତାଙ୍କୁ ଉଦ୍ଧାର କରାଯାଇଛି। ଡ୍ରାଇଭରଙ୍କ ଗୋଡ ଓ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ତାଙ୍କୁ ବୁର୍ଲା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଅନ୍ୟ ସମସ୍ତ ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେମାନେ ହେଲେ ଭଦ୍ରକର ବିଭୁତି ପଣ୍ଡା(୩୨), ବଲାଙ୍ଗୀରର ସୁଶିଲ କୁମାର ଷାଣ୍ଢ(୪୦), ସ୍ବାଧୀନ ବିଶି(୪୨), କେଉଁଝରର ଅନିଲ କୁମାର ଓତା, ମଙ୍ଗଳାସାହି କଟକର ଡମ୍ବରୁଧର ଲେଙ୍କା(୩୪), ତରଭା ବ୍ଲକ ଦେଉଳପଦରର ଜିତେନ୍ଦ୍ର ସା(୨୦), ପୁଆର ଗଣେଷ ଦାଶ(୪୦), କଳାହାଣ୍ଡି ଜୟପାଟଣାର ବବି ବାଗ(୪୬) ଓ ସୋନପୁରର ଗଦାଧର ବାରିକ(୬୦)। ସାମାନ୍ୟ ଆହତ ହୋଇଥିବା ଯାତ୍ରୀ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri