ଗଛମୂଳ ପଶ୍ଚିମବଙ୍ଗ ଶ୍ରମିକଙ୍କ ଆଶ୍ରୟସ୍ଥଳୀ

ବାରିପଦା ଅଫିସ, ୧୫ା୫- ଯେଉଁ ଶ୍ରମିକମାନେ ଦିନେ ଠିକାଦାରଙ୍କ ଈସାରାରେ ଗଛ କାଟି ରାସ୍ତା ଓ ଘର ନିର୍ମାଣ କରୁଥିଲେ, ସେହି ଗଛ ଆଜି ସେମାନଙ୍କ ପାଇଁ ଆଶ୍ରୟସ୍ଥଳୀ ପାଲଟିଛି। ମୟୂରଭଞ୍ଜ ଜିଲା ହାତୀବାରିଠାରେ ଥିବା ଓଡ଼ିଶା-କୋଲକାତା ସୀମାନ୍ତ ଗେଟ୍‌ ପାଖ ଖୋଲା ପଡ଼ିଆରେ ଥିବା କେତେକ ଗଛ ତଳେ ହଜାର ହଜାର ଶ୍ରମିକ ବିଶ୍ରାମ ନେବା ଘଟଣାରୁ ଏହା ସ୍ପଷ୍ଟ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ଶିଳ୍ପ ବନ୍ଦ ହୋଇଥିବା ବେଳେ ସେଠାରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଘରକୁ ଫେରିବାକୁ ଲାଗିଲେଣି। କୋଲକାତାର ବହୁ ଲୋକ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଓ ଭଦ୍ରକ ଆଦି ଜିଲାରେ କାମ କରନ୍ତି। କାର୍ଯ୍ୟ ବନ୍ଦ ଯୋଗୁ ସେମାନେ ଚାଲି ଚାଲି ହାତୀବାରିସ୍ଥିତ ଚେକ୍‌ଗେଟ୍‌ଠାରେ ପହଞ୍ଚୁଛନ୍ତି। ଦିନେ ଦୁଇ ଦିନ ଅପେକ୍ଷା ପରେ ପଶ୍ଚିମବଙ୍ଗ ସରକାର ସେମାନଙ୍କ ପାଇଁ ଗାଡ଼ି ପଠାଇ ନିଜ ରାଜ୍ୟକୁ ନେଉଛନ୍ତି। ଏହି ଦୁଇଦିନ ସେମାନେ ଗଛ ମୂଳକୁ ଆଶ୍ରୟସ୍ଥଳୀ ବାଛି ନେଉଛନ୍ତି। ସ୍ଥାନୀୟ ଭୁରୁଷାଣି ପଞ୍ଚାୟତ ପକ୍ଷରୁ ସେମାନଙ୍କ ପାଇଁ ରନ୍ଧାଖାଦ୍ୟ ଓ ପାଣିର ବନ୍ଦୋବସ୍ଥ କରାଯାଉଛି। ମାତ୍ର ଆଶ୍ରୟସ୍ଥଳୀର ବ୍ୟବସ୍ଥା ନ ଥିବାରୁ ବର୍ତ୍ତମାନ ମୁଣ୍ଡଫଟା ଖରାରେ ଗଛ ତଳେ ଗାମୁଛା ପାରି ଉକ୍ତ ଶ୍ରମିକମାନେ ବିଶ୍ରାମ ନେଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri