ଗଛରେ ପିଟିହେଲା କାର୍‌, ଜଣଙ୍କ ଜୀବନଗଲା, ୨ ଗୁରୁତର

ବଅଁରପାଳ,୮ା୫(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବଉଳିଗଡ଼ ବ୍ରିଜ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ କାର୍‌ ସମ୍ମୁଖରେ ବସିଥିବା ଯତୀନ୍‌ ସାହୁଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକ ତ୍ରିଲୋଚନ କୁମାର ଓ ପଛରେ ବସିଥିବା ଅନ୍ୟଜଣେ ଗୁରୁତର ହୋଇଛନ୍ତି।
ପୋଲିସ ସୂତ୍ରରୁ ପ୍ରକାଶ ଯେ, ଗୁରୁବାର ରାତିରେ କାର୍‌ ମହୀଧରପୁରରୁ ବଅଁରପାଳ ଅଭିମୁଖେ ଆସୁଥିବା ବେଳେ ବଉଳିଗଡ଼ ରାସ୍ତାର ବାଙ୍କରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନୁଗୋଳ ଚିକିତ୍ସାଳୟକୁ ପଠାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଯତୀନଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଚିକିତ୍ସିତ ହେଉଛନ୍ତି। ଏନେଇ ପୋଲିସ କେସ ନଂ. ୧୧୬ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri