ଗଛରେ ପିଟିହେଲା ବାଇକ: ଦୁର୍ଘଟଣାରେ ଯୁବକ ମୃତ, ଜଣେ ଗୁରୁତର

ଖଣ୍ଡପଡା/ଭାପୁର,୨୧।୮(ସ୍ବ.ପ୍ର/ଡି.ଏନ.ଏ.)-ଖଣ୍ଡପଡା-ଭାପୁର ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାର ବସନ୍ତପୁର ଗ୍ରାମ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଯୁବକ ଗୁରୁତର ହୋଇଛନ୍ତି। ମୃତ ଯୁବକ ହେଲେ ପ୍ରଶାନ୍ତ କୁମାର ନାୟକ(୧୯)। ଆହତ ହେଲେ ରାଜେଶ କୁମାର ନାୟକ(୧୮)।
ଯେ, ଫତେଗଡ ଥାନା ଅଧୀନ ବଡସହରା ପଞ୍ଚାୟତ ବାଲିଆପଟା ଗ୍ରାମର ପ୍ରଶାନ୍ତ ଓ ରାଜେଶ ଏକ ବାଇକ ଯୋଗେ ଦ୍ରୁତଗତିରେ ଯାଉଥିବା ବେଳେ ଏକ ହମ୍ପ୍ସ ନିକଟରେ ବାଇକଟି ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ପ୍ରଶାନ୍ତଙ୍କ ମୃତ୍ୟୁ ହୋଇଥିଲା। ଗୁରୁତର ଅବସ୍ଥାରେ ରାଜେଶଙ୍କୁ ସ୍ଥାନୀୟ ବାସିନ୍ଦା ଘଟଣାସ୍ଥଳରୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ପଠାଇଥିଲେ। ଫତେଗଡ ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଖଣ୍ଡପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ବେଳେ ଦୁର୍ଘଟଣାଗ୍ରସ୍ତ ବାଇକ ଜବତ କରିଛି ା ଏ ସମ୍ପର୍କରେ ଫତେଗଡ ଥାନାରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?