ଗଛରେ ପିଟି ହେଲା ବୋଲେରୋ: ଜଣେ ମୃତ, ୪ ଗୁରୁତର

ଧର୍ମଗଡ,୨୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନିଠାରେ ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଏକ ବୋଲେରୋ ଗଛରେ ପଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଭାଗ୍ୟବାନ ପଟେଲ। ଗୁରୁତରଙ୍କ ମଧ୍ୟରୁ ୩ ଜଣ ପୀତାମ୍ବର ଶବର, ବିକାଶ ଶବର ଓ ଚୁଳ ଶବରଙ୍କୁ ଧର୍ମଗଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟ ଜଣେ ଭୁବନ ଶବରଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି। ଗୋଲାମୁଣ୍ଡାର ଗୋଟିଏ ପରିବାରର ନିଜ ବୋଲେରୋ ଯୋଗେ ଧର୍ମଗଡକୁ କୌଣସି କାମରେ ଆସିଥିଲେ। କାମ ସାରି ସେମାନେ ବିଳମ୍ବିତ ରାତିରେ ଧର୍ମଗଡରୁ ଗୋଲାମୁଣ୍ଡାକୁ ଫେରୁଥିବା ବେଳେ ଖଲିଆକାନିଠାରେ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପଟି ହୋଇଥିଲା। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ସେମାନଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri