ଗଛରେ ପିଟି ହୋଇ ବାଇକ୍‌ ଚାଳକଙ୍କ ମୃତ୍ୟୁ: ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ, ରାସ୍ତାରୋକୋ

ନିମାପଡ଼ା,୧୮ା୭(ଡି.ଏନ୍‌.ଏ.): ଚଅଁରପଦା ପଞ୍ଚାୟତ ଅଫିସ ଛକ ନିକଟରେ ବୁଧବାର ଏକ ବାଇକ୍‌ ଗଛରେ ପିଟି ହେବା ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତ ବାଇକ୍‌ ଚାଳକ ହେଲେ ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମର ଅକ୍ଷୟ କୁମାର ଭୋଇ। ଗୁରୁତର ଭରତ ବରାଳଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅକ୍ଷୟଙ୍କ ଦାଦା ଶ୍ରୀଧର ଭୋଇଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା(ନଂ.୧୭୮/୧୯)ରୁଜୁ କରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ଅକ୍ଷୟ ଓ ଭରତ ବାଇକ୍‌ (ଓଡି ୦୨ ଏଏମ୍‌ ୨୧୩୨)ରେ ନିମାପଡ଼ାରୁ ଗାରେଡିପାଞ୍ଚଣକୁ ଫେରୁଥିବା ବେଳେ ଚଅଁରପଦା ପଞ୍ଚାୟତ ଅଫିସ ଛକ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତର ଭରତଙ୍କୁ ଚିକିତ୍ସା ପାଇଁ ନିମାପଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ। ସ୍ଥାନୀୟ ଲୋକେ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ମାତ୍ର ଆମ୍‌ୁଲାନ୍ସ ପହଞ୍ଚିବାରେ ବିଳମ୍ବ ହେବାରୁ ଲୋକେ ଘଟଣାସ୍ଥଳରେ ରାସ୍ତାରୋକା କରିଥିଲେ। ଫଳରେ ଉଭୟ ପାର୍ଶ୍ୱରୁ ଆସୁଥିବା ସମସ୍ତ ଯାନବାହନ ଅଟକି ରହିଥିଲା। ଖବରପାଇ ନିମାପଡ଼ା ଥାନା ଆଇଆଇସି ଜନାର୍ଦ୍ଦନ ପାଢୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ଆମ୍ବୁଲାନ୍ସ ପହଞ୍ଚିବା ପରେ ଗୁରୁତର ଅକ୍ଷୟଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଦୁର୍ଘଟଣାଗ୍ରସ୍ତ ବାଇକ୍‌କୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri