ଗଛରେ ପିଟି ହୋଇ ବାଇକ୍‌ ଚାଳକଙ୍କ ମୃତ୍ୟୁ: ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ, ରାସ୍ତାରୋକୋ

ନିମାପଡ଼ା,୧୮ା୭(ଡି.ଏନ୍‌.ଏ.): ଚଅଁରପଦା ପଞ୍ଚାୟତ ଅଫିସ ଛକ ନିକଟରେ ବୁଧବାର ଏକ ବାଇକ୍‌ ଗଛରେ ପିଟି ହେବା ଫଳରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତ ବାଇକ୍‌ ଚାଳକ ହେଲେ ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମର ଅକ୍ଷୟ କୁମାର ଭୋଇ। ଗୁରୁତର ଭରତ ବରାଳଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅକ୍ଷୟଙ୍କ ଦାଦା ଶ୍ରୀଧର ଭୋଇଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା(ନଂ.୧୭୮/୧୯)ରୁଜୁ କରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ଅକ୍ଷୟ ଓ ଭରତ ବାଇକ୍‌ (ଓଡି ୦୨ ଏଏମ୍‌ ୨୧୩୨)ରେ ନିମାପଡ଼ାରୁ ଗାରେଡିପାଞ୍ଚଣକୁ ଫେରୁଥିବା ବେଳେ ଚଅଁରପଦା ପଞ୍ଚାୟତ ଅଫିସ ଛକ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତର ଭରତଙ୍କୁ ଚିକିତ୍ସା ପାଇଁ ନିମାପଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ। ସ୍ଥାନୀୟ ଲୋକେ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ମାତ୍ର ଆମ୍‌ୁଲାନ୍ସ ପହଞ୍ଚିବାରେ ବିଳମ୍ବ ହେବାରୁ ଲୋକେ ଘଟଣାସ୍ଥଳରେ ରାସ୍ତାରୋକା କରିଥିଲେ। ଫଳରେ ଉଭୟ ପାର୍ଶ୍ୱରୁ ଆସୁଥିବା ସମସ୍ତ ଯାନବାହନ ଅଟକି ରହିଥିଲା। ଖବରପାଇ ନିମାପଡ଼ା ଥାନା ଆଇଆଇସି ଜନାର୍ଦ୍ଦନ ପାଢୀ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ଆମ୍ବୁଲାନ୍ସ ପହଞ୍ଚିବା ପରେ ଗୁରୁତର ଅକ୍ଷୟଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଦୁର୍ଘଟଣାଗ୍ରସ୍ତ ବାଇକ୍‌କୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri