ଗଛ ଡାଳ କାଟିବାକୁ ନେଇ ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

କପ୍ତିପଦା,୨୩ା୧୨(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ ସରଡିହା ଭଣ୍ଡାର କଲୋନୀସାହିରେ ଗଛ ଡାଳ କାଟିବାକୁ କେନ୍ଦ୍ର କରି ରବିବାର ସନ୍ଧ୍ୟାରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର ସାହୁ ବିନ୍ଧାଣୀ(୬୫) । ଏହି ହତ୍ୟା ଘଟଣାରେ ସଂଶ୍ଳିଷ୍ଟ ଥିବା ଅଭିଯୁକ୍ତଙ୍କୁ ପୋଲିସ ବିଳମ୍ବିତ ରାତିରେ ଗିରଫ କରିଛି । ଅଭିଯୁକ୍ତ ଜଣକ ହେଲେ ସେହି ଗ୍ରାମର ସାଗୁ ସିଂ(୪୫) । ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇବା ସହିତ ଏକ ମାମଲା (ନଂ.୪୯/୧୯)ରୁଜୁ କରି ତଦନ୍ତ ଜାରି ରଖିଛି । ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ନମୁନା ସଂଗ୍ରହ କରିଛି । ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ପୋଲିସ ଜବତ କରିଛି ।
ପୋଲିସ ସୂଚନା ଅନୁଯାୟୀ, ମୃତ ସାହୁ ବିନ୍ଧାଣୀଙ୍କ ଘର ନିକଟରେ ଏକ ଉନ୍ନୟନ କାମ ଚାଲୁ ରହିଛି । କାମ ଚାଲିିଥିବା ବେଳେ ତାଙ୍କ ଘର ବାଡିରେ ଥିବା ଏକ ଗଛର ଡାଳକୁ ଅଭିଯୁକ୍ତ ସାଗୁ ସିଂ କାଟି ଦେଇଥିଲେ। ମୃତ ସାହୁ ବିନ୍ଧାଣୀ ଏହାକୁ ବିରୋଧ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ସନ୍ଧ୍ୟା ସମୟରେ ଘରେ କେହି ନ ଥିବା ବେଳେ ସାହୁ ଘର ବାହାରେ ଏକ ଖଟିଆରେ ଶୋଇଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ ଏକ ଠେଙ୍ଗାରେ ବାଡେଇ ବାଡେଇ ତାଙ୍କୁ ମାରି ଦେଇଥିଲେ। ପରିବାର ଲୋକେ ଘରକୁ ଫେରି ଏହା ଦେଖିବା ପରେ ଶରତ ଥାନାକୁ ଖବର ଦେଇଥିଲେ ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri