ଗଛ ପକାଇ ଲକ ଡାଉନ କଲେ ଗ୍ରାମବାସୀ

କୋକସରା, ୫।୪, (ଡି.ଏନ.ଏ.) ଉପକୂଳ ଓଡିଶା ପରେ ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ଭୂତାଣୁ ସଂକ୍ରମଣ ହୋଇଛି । ଜିଲାରେ କରୋନା ସଂକ୍ରମିତ ବାହାରିବା ପରେ ସର୍ତକ ହୋଇଛନ୍ତି ଗ୍ରାମବାସୀ । କୋକସରା ବ୍ଲକରେ ରବିବାର ବିଭିନ୍ନ ସ୍ଥାନରେ ଗ୍ରାମବାସୀ ଓ ଯୁବକ ମାନେ ଗ୍ରାମର ପ୍ରବେଶ ପଥ ଓ ପ୍ରସ୍ଥାନ ପଥକୁ ଅବରୋଧ କରିବା ସହିତ ଲକଡାଉନ ବୋର୍ଡ ମାରିଛନ୍ତି । କୋକସରା ବ୍ଲକ ର କୋକସରା, ସିଉନୀ,ତାଳାଗାଁ, ମୂଷାପାଲି, କୁମୁଡାମୁଣ୍ଡା, ଘଣ୍ଟିଗୁଡା, ଖଲିଗଡ, ପିପଲଝାପର ମାଝୀଗୁଡା ବଡରଣାପଡା ଭଲି ଅନେକ ଗାଁ ରେ ଗ୍ରାମବାସୀ ମାନେ ପ୍ରବେଶ ପଥକୁ ଚେକପୋଷ୍ଟ କରି ସିଲ କରିଛନ୍ତି ଓ ଅନ୍ୟ ଗ୍ରାମର ଲୋକଙ୍କୁ ନିଜ ନିଜ ଗାଁ କୁ ପୁରାଇ ଦେଉନାହାଁନ୍ତି । ଗ୍ରାମବାସୀଙ୍କ ମଧ୍ୟରେ କରୋନା କୁ ନେଇ ଅଜଣା ଭୟ ଦେଖାଦେଇଛି । ଗାଁ ର ପରିବେଶ ଓ ସ୍ୱଚ୍ଛତା ପ୍ରତି ଯତ୍ନଶୀଳ ହେଉଛନ୍ତି ଗ୍ରାମବାସୀ । ରବିବାର ପ୍ରଧାନମନ୍ତ୍ରୀ ମୋଦି ଦେଇଥିବା ବାର୍ତ୍ତା ରାତି ୯ଟାରେ ୯ ମିନିଟ୍ ପାଇଁ ଲାଇଟ ବନ୍ଦ କରି ଦୀପ ମହମବତୀ କିମ୍ବା ମୋବାଇଲ ଫ୍ଲାସ୍ ଜଳାଇ ପାଳନ କରିବାକୁ ମଧ୍ୟ ପସ୍ତୁତି ଦେଖିବାକୁ ମିଳୁଛି । ତେବେ କରୋନା ମୁକାବିଲା କରିବାକୁ ଓ ସାମାଜିକ ଦୂରତା ରଖିବାକୁ ଜିଲା ପ୍ରଶାସନ ର ସଚେତନତା କୁ ନେଇ ଗାଁ ଠୁ ସହର ଏକାକାର ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri