ଗଛ ମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର

ପଦ୍ମପୁର, ୧୨।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତର ଠାକୁରାଣୀସାହି ଅଙ୍ଗନୱାଡି କେନ୍ଦ୍ର ଦୀର୍ଘ ୯ ବର୍ଷ ଧରି ଗଛ ମୂଳେ ଚାଲିଛି। ପିଲାଙ୍କ ପାଇଁ ନା ଅଛି ରୋଷେଇଘର ନା ଶୌଚାଳୟ। କୋମଳମତି ଛାତ୍ରୀଛାତ୍ର ପ୍ରବଳ ଖରାରେ ମଧ୍ୟ ବାହାରେ ବସି ପାଠ ପଢୁଛନ୍ତି। ବର୍ଷାଦିନେ ଅବସ୍ଥା ଆହୁରି ଶୋଚନୀୟ ହୋଇପଡୁଛି। ପାଗ ଭଲ ହେଲେ ବାହାରେ ଯେନତେନ ପ୍ରକାର ଦୁଇଘଣ୍ଟା  ଛାତ୍ରୀଛାତ୍ରଙ୍କୁ ବସାଇ ପାଠ ପଢାଉଛନ୍ତି ଅଙ୍ଗନୱାଡି କର୍ମୀ। ନ ହେଲେ ଏହି କେନ୍ଦ୍ରରେ ପାଠପଢା ବନ୍ଦ ରହୁଛି।

ଚଳିତବର୍ଷ ଏହି କେନ୍ଦ୍ରରେ ଛାତ୍ରୀସଂଖ୍ୟା ୭ ଥିବାବେଳେ ୮ଜଣ ଛାତ୍ର ନାମ ଲେଖାଇଥିବା ଜଣାପଡ଼ିଛି। ଅସହ୍ୟ ଖରାରେ ପିଲାମାନଙ୍କୁ ବାହାରେ ବସାଇ ପାଠ ପଢ଼ାଉଥିବା ସମ୍ପର୍କରେ କର୍ମୀ ସୁପ୍ରଭା ମହାନ୍ତିଙ୍କୁ ପଚାରିବାରୁ ଘର ତିଆରି ହେଉ ନ ଥିବାରୁ ସେ ବାଧ୍ୟ ହୋଇ ପିଲାଙ୍କୁ ଗଛ ମୂଳେ ବସାଉଥିବାର କହିଛନ୍ତି। ସେିହପରି ରୋଷେଇ ଘର ନ ଥିବାରୁ ରୋଷେଇ ମଧ୍ୟ ଠିକ୍‌ ଭାବେ  ହୋଇପାରୁ ନାହିଁ। ଏ ବାବଦରେ ବାସୁଦେବପୁର ସମନ୍ବିତ ଶିଶୁ ବିକାଶ ଅଧିକାରୀ ଜାନକୀ ଦାସଙ୍କୁ ପଚାରିବାରୁ ଜାଗା ବିବାଦରୁ ଘର ତିଆରି ହୋଇପାରୁ ନ ଥିବା କହିଛନ୍ତି। ପ୍ରକାଶ ଯେ, ବ୍ଲକରେ ମୋଟ ୪୨୨ କେନ୍ଦ୍ର ଥିବାବେଳେ ୩୧୩ ଘର ତିଆରି ପାଇଁ କାର୍ଯ୍ୟାଦେଶ ଦିଆଯାଇଛି। ସେଥିମଧ୍ୟରୁ ୧୬୭ ଘର ସମ୍ପୂର୍ଣ୍ଣ ହୋଇଥିବା ବେଳେ ୧୪୬ ଘର ନିର୍ମାଣ ଶେଷ ହୋଇପାରି ନାହିଁ। ୧୧୦ କେନ୍ଦ୍ରର ନିଜସ୍ବ ଗୃହ ନ ଥିବାରୁ ପିଲାମାନେ ଖୋଲା ଆକାଶ ତଳେ ବିପଦପୂର୍ଣ୍ଣ ଅବସ୍ଥାରେ ପାଠ ପଢୁଛନ୍ତି। କର୍ମୀ ଓ ସହାୟକମାନେ ନାମକୁ ମାତ୍ର ଚାକିରି ବଞ୍ଚାଇବା ପାଇଁ ଛାତ୍ରୀଛାତ୍ରଙ୍କ ଉପସ୍ଥାପନ ପକାଇ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି। ଅନ୍ୟପକ୍ଷେ ବିଭାଗୀୟ ଅଧିକାରୀ କାଗଜକଲମରେ ଦାୟିତ୍ୱ ନିର୍ବାହ କରି ନିଜ ମୁଣ୍ଡରୁ ଦୋଷ ଖସାଇ ବୁଲୁଛନ୍ତି ବୋଲି ଅଭିଯୋଗ ହେଉଛି। ଏଭଳି ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ନ ଖେଳି ପ୍ରଶାସନ ତୁରନ୍ତ ଅଙ୍ଗନଓ୍ବାଡ଼ି ଗୃହ ନିର୍ମାଣ ଶେଷ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri