Posted inଗଜପତି

ଗଜପତିରେ ପୁଣି ୧୬ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଲା

ପାରଳାଖେମୁଣ୍ଡି, ୩୧ା୫ (ସ୍ବ.ପ୍ର.) – ଗଜପତି ଜିଲାରେ ପୁଣି ୧୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ା ସେମାନଙ୍କୁ ଆର୍‌.ସୀତାପୁରଠାରେ ଥିବା କୋଭିଡ୍‌ ହସ୍ପିଟାଲରେ ରବିବାର ଭର୍ତ୍ତି କରାଯାଇଛି ା ଗଜପତି ଜିଲାପାଳ ଅନୁପମ ଶାହା ଏକ ପ୍ରେସ୍‌ ଇସ୍ତାହାର ମାଧ୍ୟମରେ ଏହା ଜଣାଇଛନ୍ତି। ବର୍ତ୍ତମାନ ସୁଦ୍ଧା ଗଜପତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ଯେଉଁ ୧୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ସେମାନେ ଗତ ୧୮ ଓ ୧୯ତାରିଖରେ ମହାରାଷ୍ଟ୍ରରୁ ଗଜପତି ଫେରିଥିଲେ ା ସେମାନେ ଗଜପତି ଜିଲାର ପ୍ରବାସୀ । ସେମାନଙ୍କୁ ଏକ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିଲା ା ସେମାନଙ୍କଠାରୁ ସ୍ବାବ୍‌ ସଂଗ୍ରହ କରାଯାଇଥିଲା ା ୧୬ ଜଣଙ୍କ ପଜିଟିଭ୍‌ ରିପୋର୍ଟ ଆସିଥିଲା ା ସେମାନଙ୍କ ମଧ୍ୟରେ ୨ ମହିଳା, ୧୩ ପୁରୁଷ ଓ ଜଣେ ୧୫ ବର୍ଷର ନାବାଳକ ଅଛନ୍ତି ା ୨ ମହିଳାଙ୍କ ବୟସ ୨୦ ଓ ୨୫ ବର୍ଷ ହୋଇଥିବା ବେଳେ ପୁରୁଷଙ୍କ ବୟସ ୧୯ରୁ ୪୫ ବର୍ଷ ମଧ୍ୟରେ ରହିଛି ା କୌଣସି ଲକ୍ଷଣ ପରିଲକ୍ଷିତ ନ ହେବାରୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରୁ ୨୮୦୦ଜଣଙ୍କୁ ସୁସ୍ଥ ଭାବେ ସେମାନଙ୍କ ଘରକୁ ପଠାଇ ଦିଆଯାଇଛି ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ଗଜପତି ଜିଲାକୁ ବାହାର ରାଜ୍ୟରୁ ୮୫୯୯ ପ୍ରବାସୀ ଫେରିଛନ୍ତି । ଗଜପତି ଜିଲାରୁ ମୋଟ ୨୨୫୭ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି ା ୧୯୨୪ ଜଣଙ୍କ ରିପୋର୍ଟରୁ ୩୬ଜଣ ପଜିଟିଭ ଥିବା ବେଳେ ଅନ୍ୟମାନେ ନେଗେଟିଭ୍‌ ଅଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri