ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ :ଡିଜେ ସାଉଣ୍ଡ ଉପରେ କଟକଣା

ପାଲଲହଡା,୧୬।୯(ଡି.ଏନ.ଏ.)-ପାଲଲହଡାର ପ୍ରସିଦ୍ଧ ଗଣପର୍ବ ଗଜଲକ୍ଷ୍ମୀ ପୂଜା ଆସନ୍ତା ୧୩ରେ ଅନୁଷ୍ଠିତ ହେବ। ଏ ନେଇ ସୋମବାର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସମିତି ସଭାଗୃହଠାରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ମୁଖ୍ୟଅତିଥି ଭାବେ ପାଲଲହଡା ବିଧାୟକ ମୁକେଶ କୁମାର ପାଲ ଯୋଗ ଦେଇଥିଲେ। ପୂଜା କମିଟି ଗୁଡିକ ପୂର୍ତ୍ତବିଭାଗ ଏବଂ ଅଗ୍ନିଶମ ବିଭାଗର ଅନୁମତି ନେଇ ସହର ମଧ୍ୟରେ ସୁଉଚ୍ଚ ତୋରଣ ନିର୍ମାଣ କରିବେ। ଚଳିତ ବର୍ଷ ୧୦ ଦିନ ଧରି ମା’ଙ୍କ ପୂଜା ଆୟୋଜନ ହେବ। ଶାନ୍ତିଶୃଙ୍ଖଳା ପାଇଁ ପାଲଲହଡା ପୋଲିସକୁ ମୁତୟନ କରାଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା। ସେହିପରି ପୂଜା ସମୟରେ ହୋଟେଲରେ ବାସି ଖାଦ୍ୟ ବିକ୍ରି କରା ନ ଯାଏ ସେଥିପ୍ରତି ଯତ୍ନବାନ ରହିବା ପାଇଁ ଜିଲାପାଳ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପିଇବା ପାଣିର ବ୍ୟବସ୍ଥା ଏବଂ ପରିମଳ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପାଲଲହଡା ବିଡିଓ ଏବଂ ନିଜିଗ ପଞ୍ଚାୟତ ସରପଞ୍ଚଙ୍କୁ ଦାୟିତ୍ୱ ଦିଆଯାଇଥିଲା।
ସେହିପରି ଚଳିତ ବର୍ଷ ମା’ଙ୍କ ଭସାଣି ଏବଂ ମେଳଣ ଉତ୍ସବ ଅକ୍ଟୋବର ୨୩ରେ ଅନୁଷ୍ଠିତ ହେବ। ସମସ୍ତ ମେଢ଼ ଗୁଡ଼ିକ ପୂର୍ବାହ୍ନ ୧୧ଟା ସୁଦ୍ଧା ସ୍ଥାନୀୟ ଷ୍ଟାଡିୟମରେ ଏକାଠି ହେବେ ଏବଂ ଅପରାହ୍ନ ୨ଟାରୁ ଭସାଣି ଶୋଭାଯାତ୍ରା ଆରମ୍ଭ ହୋଇ ରାତି ୧୦ଟା ମଧ୍ୟରେ ଶେଷ କରିବାକୁ ନିଷ୍ପତି ହୋଇଥିଲା। ଚଳିତ ବର୍ଷ ଭସାଣିରେ ପ୍ରଶାସନ ପକ୍ଷରୁ ଡି.ଜେ ସାଉଣ୍ଡ ଉପରେ ସମ୍ପୂର୍ଣ୍ଣ କଟକଣା ଲାଗୁ କରାଯାଇଛି। ଯଦି କୌଣସି ପୂଜା କମିଟି ଡିଜେ ସାଉଣ୍ଡ ବ୍ୟବହାର କରନ୍ତି ତେବେ କମିଟି କର୍ମକର୍ତ୍ତା ଏବଂ ଡିଜେ ସାଉଣ୍ଡ ମାଲିକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିଷ୍ପତି ନିଆଯାଇଛି। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ନବକିଶୋର ନାୟକ, ବିଡିଓ ତ୍ରିବିକ୍ରମ କୁମୁରା, ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ, ପାଲଲହଡା ଥାନା ଅଧିକାରୀ କନକ ମାଝୀ, କେନ୍ଦ୍ରୀୟ ଗଜ ଲକ୍ଷ୍ମୀ ପୂଜା କମିଟି ସଭାପତି ଲିଙ୍ଗରାଜ ଦାସ, ସମ୍ପାଦକ ସୁଶିଲ କୁମାର ସାମଲଙ୍କ ସହ ୯ ଗୋଟି ପୂଜା କମିଟିର କର୍ମକର୍ତ୍ତା, ଉପଖଣ୍ଡର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। (ଫଟୋ-)


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri