ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ :ଡିଜେ ସାଉଣ୍ଡ ଉପରେ କଟକଣା

ପାଲଲହଡା,୧୬।୯(ଡି.ଏନ.ଏ.)-ପାଲଲହଡାର ପ୍ରସିଦ୍ଧ ଗଣପର୍ବ ଗଜଲକ୍ଷ୍ମୀ ପୂଜା ଆସନ୍ତା ୧୩ରେ ଅନୁଷ୍ଠିତ ହେବ। ଏ ନେଇ ସୋମବାର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସମିତି ସଭାଗୃହଠାରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ମୁଖ୍ୟଅତିଥି ଭାବେ ପାଲଲହଡା ବିଧାୟକ ମୁକେଶ କୁମାର ପାଲ ଯୋଗ ଦେଇଥିଲେ। ପୂଜା କମିଟି ଗୁଡିକ ପୂର୍ତ୍ତବିଭାଗ ଏବଂ ଅଗ୍ନିଶମ ବିଭାଗର ଅନୁମତି ନେଇ ସହର ମଧ୍ୟରେ ସୁଉଚ୍ଚ ତୋରଣ ନିର୍ମାଣ କରିବେ। ଚଳିତ ବର୍ଷ ୧୦ ଦିନ ଧରି ମା’ଙ୍କ ପୂଜା ଆୟୋଜନ ହେବ। ଶାନ୍ତିଶୃଙ୍ଖଳା ପାଇଁ ପାଲଲହଡା ପୋଲିସକୁ ମୁତୟନ କରାଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା। ସେହିପରି ପୂଜା ସମୟରେ ହୋଟେଲରେ ବାସି ଖାଦ୍ୟ ବିକ୍ରି କରା ନ ଯାଏ ସେଥିପ୍ରତି ଯତ୍ନବାନ ରହିବା ପାଇଁ ଜିଲାପାଳ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପିଇବା ପାଣିର ବ୍ୟବସ୍ଥା ଏବଂ ପରିମଳ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପାଲଲହଡା ବିଡିଓ ଏବଂ ନିଜିଗ ପଞ୍ଚାୟତ ସରପଞ୍ଚଙ୍କୁ ଦାୟିତ୍ୱ ଦିଆଯାଇଥିଲା।
ସେହିପରି ଚଳିତ ବର୍ଷ ମା’ଙ୍କ ଭସାଣି ଏବଂ ମେଳଣ ଉତ୍ସବ ଅକ୍ଟୋବର ୨୩ରେ ଅନୁଷ୍ଠିତ ହେବ। ସମସ୍ତ ମେଢ଼ ଗୁଡ଼ିକ ପୂର୍ବାହ୍ନ ୧୧ଟା ସୁଦ୍ଧା ସ୍ଥାନୀୟ ଷ୍ଟାଡିୟମରେ ଏକାଠି ହେବେ ଏବଂ ଅପରାହ୍ନ ୨ଟାରୁ ଭସାଣି ଶୋଭାଯାତ୍ରା ଆରମ୍ଭ ହୋଇ ରାତି ୧୦ଟା ମଧ୍ୟରେ ଶେଷ କରିବାକୁ ନିଷ୍ପତି ହୋଇଥିଲା। ଚଳିତ ବର୍ଷ ଭସାଣିରେ ପ୍ରଶାସନ ପକ୍ଷରୁ ଡି.ଜେ ସାଉଣ୍ଡ ଉପରେ ସମ୍ପୂର୍ଣ୍ଣ କଟକଣା ଲାଗୁ କରାଯାଇଛି। ଯଦି କୌଣସି ପୂଜା କମିଟି ଡିଜେ ସାଉଣ୍ଡ ବ୍ୟବହାର କରନ୍ତି ତେବେ କମିଟି କର୍ମକର୍ତ୍ତା ଏବଂ ଡିଜେ ସାଉଣ୍ଡ ମାଲିକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିଷ୍ପତି ନିଆଯାଇଛି। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ନବକିଶୋର ନାୟକ, ବିଡିଓ ତ୍ରିବିକ୍ରମ କୁମୁରା, ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ, ପାଲଲହଡା ଥାନା ଅଧିକାରୀ କନକ ମାଝୀ, କେନ୍ଦ୍ରୀୟ ଗଜ ଲକ୍ଷ୍ମୀ ପୂଜା କମିଟି ସଭାପତି ଲିଙ୍ଗରାଜ ଦାସ, ସମ୍ପାଦକ ସୁଶିଲ କୁମାର ସାମଲଙ୍କ ସହ ୯ ଗୋଟି ପୂଜା କମିଟିର କର୍ମକର୍ତ୍ତା, ଉପଖଣ୍ଡର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। (ଫଟୋ-)


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri