ଗଜେନ୍ଦ୍ର ପ୍ରସାଦ ସାହୁ ଓଡ଼ିଶା ଲଳିତ କଳା ଏକାଡେମୀ ସଚିବ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀର ନୂତନ ସଚିବ ଭାବେ ଚିତ୍ରଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସୋମବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ବର୍ତ୍ତମାନ ବିକେ ଆର୍ଟ କଲେଜରେ ବରିଷ୍ଠ ଅଧ୍ୟାପକ ଭାବେ କାର୍ଯ୍ୟରତ। ୧୯୮୬ ଡିସେମ୍ବର ୧୨ରେ ମହାବିଦ୍ୟାଳୟରେ ମୁଦ୍ରଣ କଳା ବିଭାଗରେ ସେ ଯୋଗଦେଇଥିଲେ। ଗଜେନ୍ଦ୍ର ସାହୁ ଅଧ୍ୟାପନା ସମୟରେ ମହାବିଦ୍ୟାଳୟର ଉନ୍ନତି କରିବା ସହିତ ଜଣେ ପ୍ରିୟ ଶିକ୍ଷକ ଭାବେ ନାଁ କରିଛନ୍ତି। ଜାତୀୟ କ୍ରୀଡ଼ା ପୁରସ୍କାର ସହ ନବ କଳେବର ଲୋଗୋ(ଯାହା ଡାକ ଟିକଟ ଭାବେ ପରିଚିତ), ପାଇକ ବିଦ୍ରୋହର ମୁଦ୍ରା, ଦିଲ୍ଲୀ ସାଧାରଣତନ୍ତ୍ର ଦିବସରେ ପ୍ରଜ୍ଞାପନ ମେଢ଼ ଇତ୍ୟାଦି ପ୍ରସ୍ତୁତ କରି ଓଡ଼ିଶାକୁ ଗୌରବ ଆଣି ଦେଇଛନ୍ତି। ଏହାଛଡ଼ା ୫ଥର କଲମ କାଳି ଚିତ୍ର ମାଧ୍ୟମରେ ନୂଆଦିଲ୍ଲୀରେ ପ୍ରଦର୍ଶନୀ କରି ଓଡ଼ିଶାର କଳା ସଂସ୍କୃତିକୁ ସମଗ୍ର ବିଶ୍ୱରେ ପରିଚିତ କରିପାରିଛନ୍ତି। ତେବେ ଆସନ୍ତା ୨୦୨୦ ଏପ୍ରିଲ ୧୨ରୁ ୧୬ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ହେବାକୁ ଥିବା ପ୍ରଦର୍ଶନୀରେ ଆଉ ଏକ ବୃହତ୍‌ ଛବି ପ୍ରସ୍ତୁତ କରୁଛନ୍ତି, ଯାହାର ଆକାର ୨୦ଫୁଟx୮ଫୁଟ ରହିଛି। ଏହାକୁ ସେ କାନ୍‌ଭାସ୍‌ ଉପରେ କଲମ କାଳିରେ ପ୍ରସ୍ତୁତ କରୁଛନ୍ତି। ଏତେ ବଡ଼ କଲମ କାଳି ଛବି ଭାରତରେ ଆଗରୁ କେହି କରି ନ ଥିବା ଗଜେନ୍ଦ୍ର ସାହୁ ଦାବି କରିଛନ୍ତି। ଚିତ୍ରଶିଳ୍ପୀ ହେବା ସହିତ ସେ ଜଣେ କଣ୍ଠଶିଳ୍ପୀ ଭାବେ ମଧ୍ୟ ପରିଚିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri