ଗଞ୍ଜାମକୁ ୨ଟି ବସ୍‌ରେ ସୁରଟରୁ ଫେରିଲେ ୧୩୫ ପ୍ରବାସୀ: ୬ଜଣଙ୍କ ସ୍ବାବ୍‌ ଟେଷ୍ଟିଂ ପାଇଁ ପଠାଗଲା ବ୍ରହ୍ମପୁର

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକକୁ ସୁରଟରୁ ୨ଟି ବସ୍‌ରେ ୧୩୫ ଜଣ ପ୍ରବାସୀ ଆସି ପହଞ୍ଚିଛନ୍ତି। ଛତ୍ରପୁର ବ୍ଲକ ବଡମାଧପୁରରେ ଶନିବାର ବିଳମ୍ବିତ ରାତିରେ ସୁରତରୁ ୬୩ ଜଣ ପ୍ରବାସୀ ଓଡିଆ ଆସିଛନ୍ତି। ଏମାନଙ୍କୁ ବ୍ଲକର ବଡ଼ମାଧପୁର ପଞ୍ଚାୟତ ଅଧିନ ଧୀରେଶ୍ୱର ବିଦ୍ୟାପୀଠ ସ୍କୁଲରେ କରାଯାଇଥିବା ଅସ୍ଥାୟୀ କ୍ବାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଛି । ଏହି ୬୩ ଜଣଙ୍କ ମଧ୍ୟରୁ ୪୦ ଜଣ କେବଳ ଛତ୍ରପୁର ବ୍ଲକ ବଡମାଧପୁର ପଞ୍ଚାୟତର ହୋଇଥିବା ବେଳେ ୨୩ ଜଣ ଅନ୍ୟ ବ୍ଲକର ବୋଲି ଜଣାପଡିଛି । ଏମାନଙ୍କୁ ପ୍ରଥମେ ଅସ୍ଥାୟୀ କ୍ବାରାଣ୍ଟାଇନ କେନ୍ଦ୍ରକୁ ପୁଲିସ ଏସ୍କର୍ଟ ମାଧ୍ୟମରେ ଅଣାଯାଇଥିଲା। ଏହାପରେ ଜନସ୍ବାସ୍ଥ୍ୟ ଅଧିକାରୀ ବରୁଣ ପାଣିଗ୍ରାହୀଙ୍କ ନେତୃତ୍ୱରେ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ସାମାନ୍ୟ ଜ୍ବର ରହିଥିବା ମେଡିକାଲ ଟିମ୍‌ ପକ୍ଷରୁ ସୂଚନା ଦିଆଯାଇଛି । ସେମାନଙ୍କ ସ୍ବାବ ବ୍ରହ୍ମପୁରକୁ ଟେଷ୍ଟ ପାଇଁ ପଠାଯାଇଛି । ଏହି ସୁରତ ଫେରନ୍ତା ପ୍ରବାସୀମାନେ ୩୦ ତାରିଖରେ ସୁରତର ଡାଇମଣ୍ଡ ଅଞ୍ଚଳରୁ ଆସିଛନ୍ତି । ସେହିପରି ରବିବାର ଭୋର ୪ଟା ବେଳେ ସୁରଟରୁ ଆଉ ଏକ ବସ୍‌ରେ ୭୨ ଜଣ ଛତ୍ରପୁର ଆସି ପହଞ୍ଚିଛନ୍ତି। ଏମାନଙ୍କୁ ଚିକଲଖଣ୍ଡି ପଞ୍ଚାୟତର ଜିଲା ପଞ୍ଚାୟତ ସାଧନ କେନ୍ଦ୍ର କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ଏହି କେନ୍ଦ୍ରରେ ଏମାନେ ୧୪ ଦିନ ରହିବେ। ଏମାନଙ୍କ ପ୍ରତ୍ୟେକ ଦିନ ହାଜିରା ନିଆଯିବା ସହ ଦିନକୁ ଦୁଇଥର ସ୍ବାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri