ଗଞ୍ଜାମରୁ ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ସାମୀ ସିଲ୍‌ : ୨୪ ଘଣ୍ଟିଆ ଯାଞ୍ଚ, ସିସିଟିଭି ବ୍ୟବସ୍ଥା

ଛତ୍ରପୁର, ୧୮।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମର ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ଜ଼ିଲା ସୀମାକୁ ସିଲ୍‌ କରାଯାଇଛି। ଜିଲାପାଳ ବୁଜୟ ଅମୃତ କୁଲାଙ୍ଗେଙ୍କ ନିର୍ଦ୍ଦେଶରେ ଗଞ୍ଜାମ-ଆନ୍ଧ୍ର ସୀମାନ୍ତ ବଳରାମପୁର ଠାରେ ଚେକ୍‌ଗେଟ କରାଯାଇ ଯାଞ୍ଚ କରାଯାଉଛି। ଏଥିସହ ୧୬ ନଂ. ଜାତୀୟ ରାଜପଥ ଗୁରାପଲ୍ଲୀ ଚେକ୍‌ଗେଟ ଠାରେ ପୋଲିସ ତନଖି ଫାଟକ ଖୋଲାଯାଇଛି। ଭୁବନେଶ୍ବରରୁ ଗଞ୍ଜାମ ଆସୁଥିବା ଯାନବାହନ ଗୁଡିକର ନମ୍ବର, ଯାତ୍ରୀଙ୍କ ସଂଖ୍ୟା, ଯାତ୍ରାର ଉଦ୍ଦେଶ୍ୟ ଏବଂ ମୋବାଇଲ ନମ୍ବର ପଞ୍ଜିକରଣ କରାଯାଉଛି। ସେହିପରି ଗଞ୍ଜାମରୁ ଭୁବନେଶ୍ବର ଯାଉଥିବା ଯାନଗୁଡିକର ମଧ୍ୟ ଅନୁରୂପ ପଞ୍ଜିକୃତ ହେଉଛି। ବିଶେଷକରି ଭୁବନେଶ୍ବରରୁ ଆସୁଥିବା ଯାତ୍ରୀଙ୍କ ଦ୍ବାରା କରୋନା ଗଞ୍ଜାମରେ ପ୍ରବେଶ କରିବା ସମ୍ଭାବନା ଥିବାରୁ ଏହାକୁ ଅଧିକ ସମ୍ବେଦନଶୀଳ ତନଖି ଫାଟକ ଭାବରେ ବିବେଚନା କରାଯାଉଛି। ସେହିପରି ଗଞ୍ଜାମ-ପୁରୀ ଜିଲା ସୀମାରେ ମଧ୍ୟ ଯାଞ୍ଚ କରାଯାଉଛି। ଏହି ଚେକ୍‌ଗେଟ ମାନଙ୍କରେ ସିସି କ୍ୟାମେରା ଲଗାଯିବା ସହ ୨୪ ଘଣ୍ଟିଆ ମନିଟରିଂ ହେଉଛି। ଜିଲାପାଳଙ୍କ ଦ୍ୱାରା ଗଠିତ ମଲ୍ଟି ଡିସିପ୍ଲିନାରୀ ସ୍କ୍ବାର୍ଡ ଏହା ଉପରେ ନଜର ରଖିବା ସହ ପଦକ୍ଷେପ ନେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri