ଗଞ୍ଜାମରେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୨ ଛାତ୍ର ଗିରଫ

ବ୍ରହ୍ମପୁର ଅଫିସ ,୧୫।୧ – ଗଞ୍ଜାମ ଜିଲାରେ ଜଣେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ଗଣବଳାତ୍କାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ଏଥିରେ ସାମିଲ ଥିବା ୨ ଜଣ ଯୁକ୍ତ ୩ ଛାତ୍ରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଅଭିଯୁକ୍ତ ଦ୍ୱୟ ହେଲେ ମୁଖ୍ୟ ଅଭିଯୁକ୍ତ ଦନାର୍ଦ୍ଦନ ବେହେରା ଓ ତାଙ୍କ ସାଙ୍ଗ ମିଥୁନ ଦାସ ବୋଲି ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କୁ ଧରିବା ପାଇଁ ଏକ ସ୍ବତନ୍ତ୍ର ଟିମ ଗଠନ କରାଯାଇଥିଲା। ସୋନପୁର ଥାନାରେ ମାମଲା (ନଂ.୧/୨୦) ଅନୁସାରେ ଗିରଫ ଅଭିଯୁକ୍ତମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ତଦନ୍ତ ବେଳେ ଏଥିରେ ଅନ୍ୟ ଯେଉଁମାନଙ୍କର ସମ୍ପୃକ୍ତି ଥିବା ଜଣାପଡିବ ସେମାନଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ଏସ୍‌ପି ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପଟେ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପୀଡ଼ିତା ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ଏବେ ସୁଧାର ଆସିଛି। ପିଡ଼ିତା ଏବଂ ତାଙ୍କ ପରିବାରଙ୍କୁ ପୋଲିସ ପକ୍ଷରୁ ଏବେ ସୁରକ୍ଷା ଯୋଗାଇ ଦିଆଯାଉଥିବା ଏସପି ସୂଚନା ଦେଇଛନ୍ତି ।

ଘଟଣାରୁ ପ୍ରକାଶ ଯେ, ଗତ ୧୦ ତାରିଖ ପୂର୍ବାହ୍ନ ୧୦ଟା ବେଳେ ଛାତ୍ରୀଜଣଙ୍କ ନିକଟସ୍ଥ ଏକ ନଦୀକୁ ଗାଧୋଇବାକୁ ଯାଉଥିବା ବେଳେ ଦନାର୍ଦ୍ଦନ ରାସ୍ତାରେ ତାଙ୍କୁ ଟଣାଓଟରା କରିଥିଲେ। ଛାତ୍ରୀ ଜଣଙ୍କ ଏହାର ପ୍ରତିବାଦ କରିବାରୁ ତାଙ୍କୁ ଦନାର୍ଦ୍ଦନ ତାଙ୍କର ଅନ୍ୟ ୨ ଜଣ ସାଙ୍ଗଙ୍କ ସହ ଅପହରଣ କରି ନେଇ ଉକ୍ତ ନଦୀ ନିକଟ ଏକ ବୁଦା ମୂଳେ ତାଙ୍କ ଗୋଡହାତ ବାନ୍ଧିଦେଇଥିଲେ । ପରେ ତାଙ୍କୁ କିଛି ଥଣ୍ଡାପାନୀୟ ପିଇବାକୁ ଦେଇଥିଲେ। ଛାତ୍ରୀ ଜଣଙ୍କ ଅଚେତ ହୋଇଯିବା ପରେ ଜଣେ ଜଣେ ତାଙ୍କୁ ବଳାତ୍କାର କରିଥିଲେ ବୋଲି ୧୧ ତାରିଖ ସାରେ ସେ ଘରକୁ ଗୁରୁତର ଅବସ୍ଥାରେ ପହଞ୍ଚି ପରିବାର ଲୋକଙ୍କୁ ଜଣାଇଥିଲେ। ଗୁରୁତର ଅବସ୍ଥାରେ ପିଡ଼ିତାଙ୍କୁ ପରିବାର ଲୋକେ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅଭିଯୋଗ ପରେ ପୋଲିସ ଘଟଣାର ଛାନଭିନ କରିବା ସହ ଉପରୋକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରଛି ବୋଲି ଏସ୍‌ପି କହିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଏଏସ୍‌ପି ପ୍ରଭାତ ରାଉତରାୟ ,ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ର ଓ ମେରାଇନ ଥାନାଧିକାରୀ ଗୌରାଙ୍ଗ ଚରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri