ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଲା: ଦିନକରେ ୧୫ ପଜିଟିଭ୍‌ ଚିହ୍ନଟ, ଗୁଣବନ୍ଧ ଗାଁରୁ ଚାଲିଛି ସ୍ବାବ୍‌ ସଂଗ୍ରହ

ବ୍ରହ୍ମପୁର ଅଫିସ,୧୮ା୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ଯୋଗୁ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ଭିତରେ ଜିଲାରେ ପୁଣି ୧୫ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଶୀର୍ଷ ସ୍ଥାନରେ ଥିବା ଏହି ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ଏବେସୁଦ୍ଧା ୩୦୭ରେ ପହଞ୍ଚିଛି । ଅନ୍ୟପଟେ ଗତ ୧୫ ଦିନ ଭିତରେ ଜିଲାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅଦ୍ୟାବଧି ୪୯ ଜଣ ସୁସ୍ଥ ହୋଇସାରିଛନ୍ତି। ଏସବୁକୁ ବାଦ୍‌ ଦେଲେ ଏବେ ଜିଲାରେ ୨୪୧ ସକ୍ରିୟ କେସ୍‌ ଥିବା ଜଣାପଡ଼ିଛି। ଅନ୍ୟପଟେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି କହିଛନ୍ତି ଯେ, ଏବେ ଜିଲାର ସମସ୍ତ କରୋନା ସଂକ୍ରମିତ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଜିଲାରେ ଶନିବାର ସୁଦ୍ଧା ୨୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରବିବାର ୧୫ ଓ ସୋମବାର ୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତିି। ବ୍ରହ୍ମପୁର ସହରରେ ଥିବା ଆମ୍ବ ମାର୍କେଟ ପରେ ଶଙ୍କରପୁର ସାହି ଓ ରବିବାର କୁକୁଡ଼ାଖଣ୍ଡି ବ୍ଲକ ଦକ୍ଷିଣପୁର ପଞ୍ଚାୟତ ଗୁଣ୍ଠବନ୍ଧ ଗାଁକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଥିଲା। ସୋମବାର ଡାକ୍ତରୀ ଦଳ ଗୁଣ୍ଠବନ୍ଧ ଗ୍ରାମରେ ପହଞ୍ଚି ସ୍ବାବ୍‌ ନମୁନା ସଂଗ୍ରହ କରୁଛନ୍ତି। ଉକ୍ତ ଗ୍ରାମର ଜଣେ ବ୍ୟକ୍ତି ଆମ୍ବ ମାର୍କେଟରେ ବ୍ୟବସାୟ କରୁଥିବା ବେଳେ ତାଙ୍କର ପଜିଟିଭ୍‌ ଆସିବା ପରେ ଗୁଣ୍ଠବନ୍ଧ ଗ୍ରାମକୁ ସିଲ୍‌ କରାଯାଇଥିଲା। ବ୍ୟବସାୟୀ ଜଣକୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ୭୪ ସ୍ବାବ୍‌ ନମୁନା ସଂଗ୍ରହ କରାଯିବ ବୋଲି କୁକୁଡ଼ାଖଣ୍ଡି ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ସୋହାନ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri