ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବନ୍ଦ ଯୋଗୁ ସହରର ବିଭିନ୍ନ ଦୋକାନବଜାର ମଧ୍ୟ ବନ୍ଦ ରହିଥିଲା।

ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟଙ୍କ ନେତୃତ୍ୱରେ ଶତାଧିକ ଦଳୀୟ ନେତା ଓ କର୍ମୀ ଜୟଶ୍ରୀ ଛକରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ। ଶୋଭାଯାତ୍ରା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିବା ପରେ କେନ୍ଦ୍ର ସରକାର ବିରୋଧରେ ବିଭିନ୍ନ ସ୍ଲୋଗାନ ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

ବିକ୍ଷୋଭକାରୀମାନେ ‘ଭୋଟ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ, ଦେଶ ବଞ୍ଚାଅ’ ସ୍ଲୋଗାନ ଦେଇଥିଲେ। ଏଥିସହ ଏମ୍‌ଏମ୍‌ଡିଆର୍‌ ସଂଶୋଧିତ ଅଧିନିୟମ ବନ୍ଦ କରିବା, ସିଇସି ଜ୍ଞାନେଶ କୁମାରଙ୍କ ବହିଷ୍କାର, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଏବଂ ଏସଆଇଆର୍‌ ପ୍ରତ୍ୟାହାର ଭଳି ବିଭିନ୍ନ ଦାବି ଉଠାଯାଇଥିଲା।

ଏହାସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ଯୋଗୁ ପ୍ରଭାବିତ ହୋଇଥିବା ଚାଷୀ ଓ ସାଧାରଣ ଲୋକଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ଦଳ ପକ୍ଷରୁ ଦାବି କରାଯାଇଛି।

ଚଳିତ ମୌସୁମୀ ଋତୁରେ ବାରମ୍ବାର ଲଘୁଚାପ ଯୋଗୁ ହୋଇଥିବା ବର୍ଷା ଓ ବନ୍ୟାରେ ଅନେକ ଜିଲାର ଚାଷୀ ପ୍ରଭାବିତ ହୋଇଥିବା ବାମପନ୍ଥୀ ଦଳ ପକ୍ଷରୁ କୁହାଯାଇଛି। ପ୍ରଭାବିତ ଚାଷୀ ଓ ବନ୍ୟା ପୀଡ଼ିତଙ୍କୁ ସୁରକ୍ଷା ଓ ଆବଶ୍ୟକ ସହାୟତା ଯୋଗାଇଦେବାରେ ସରକାର ବିଫଳ ହୋଇଥିବା ଦଳ ଅଭିଯୋଗ କରିଛି।

କ୍ଷତିଗ୍ରସ୍ତ ଚାଷୀ ଓ ବନ୍ୟା ପ୍ରଭାବିତ ପରିବାରଙ୍କୁ ତୁରନ୍ତ ସରକାରୀ ସହାୟତା ପ୍ରଦାନ କରାନଗଲେ ଆଗାମୀ ଦିନରେ ଗଣତାନ୍ତ୍ରିକ ପଦ୍ଧତିରେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି ସିପିଆଇ(ଏମ) ନେତା ତଥା ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟ ଗଣମାଧ୍ୟମକୁ କହିଛନ୍ତି।

ବିକ୍ଷୋଭ କାର୍ଯ୍ୟକ୍ରମରେ ପୂର୍ବତନ ସରପଞ୍ଚ ରାମଚନ୍ଦ୍ର ନାୟକ, ଖଲି ସୱାଇଁ, ସୁଜିତ ବେହେରା, ଏନ. ଗଙ୍ଗାଧର ରେଡ୍ଡୀ, ଧର୍ମରାଜ ସ୍ବାଇଁ, ମନୋଜ ସାହୁ, ବସନ୍ତ ଛଟେଇ, ଶ୍ରୀଧର ସୱାଇଁଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?