ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୪: ସୁସ୍ଥ ହେଲେଣି ୩୧୮

ବ୍ରହ୍ମପୁର ଅଫିସ,୩୦ା୫- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଡ଼ି ଚାଲିଛି। ଶୁକ୍ରବାର ଜିଲାରେ ୬ ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୪ ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହାଇଥିବାବେଳେ ୩୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅବଶିଷ୍ଟ ୮୩ ଜଣ ଜିଲାର ବିଭିନ୍ନ କୋଭିଡ଼-୧୯ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗୋଟିଏ ପଟେ କରୋନା ସଂକ୍ରମିତଙ୍କ ଆରୋଗ୍ୟ ହାର କମୁଥିବାବେଳେ ଅନ୍ୟପଟେ ଦିନକୁଦିନ ନୂତନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଜିଲାରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୪୦୦ ଟପିଯାଇଛି। ରାଜ୍ୟରେ ଏଯାବତ ମୋଟ ୧୮୧୯ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ଗଞ୍ଜାମ ଜିଲା ପ୍ରଥମ (୪୦୪ ) ସ୍ଥାନରେ ରହିଥିବା ବେଳେ ଯାଜପୁର ଦ୍ୱିିତୀୟ (୨୫୯), ବାଲେଶ୍ୱର ତୃତୀୟ (୧୪୬) ଓ ୪ର୍ଥ ସ୍ଥାନରେ ଖୋର୍ଦ୍ଧା (୧୩୧) ରହିଛି। ଗଞ୍ଜାମ ଜିଲାରେ ଥିବା ସଙ୍ଗରୋଧ କେନ୍ଦ୍ରରେ ଡାକ୍ତର, ଆଶା ଓ ଅନ୍ୟ ସ୍ବାସ୍ଥ୍ୟକର୍ମୀମାନେ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟର ଯତ୍ନ ନେଉଛନ୍ତି। ସୂଚନାଯୋଗ୍ୟ, କରୋନା ଆକ୍ରାନ୍ତଙ୍କୁ ଏବେ ଶୀତଳାପଲ୍ଲୀସ୍ଥିତ କୋଭିଡ ହସ୍ପିଟାଲ, ସିଟି ହସ୍ପିଟାଲ ପରିସରରେ ଥିବା ଡେଡିକେଟେଡ କୋଭିଡ ହେଲଥ ସେଣ୍ଟର ଓ ହିଞ୍ଜିଳିକାଟୁ କୋଭିଡ ହେଲଥ ସେଣ୍ଟରରେ ରଖି ଚିକିତ୍ସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri