ଗଞ୍ଜାମରେ କରୋନା ନେଲା ଆଉ ଏକ ମୁଣ୍ଡ: ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି, ପୁଣି ୪ ପଜିଟିଭ୍‌ ଚିହ୍ନଟ

ଛତ୍ରପୁର,୧୪।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ୫୫ ବର୍ଷୀୟ ବ୍ୟକ୍ତି । ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟଛି । ଏ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି । ଏହାଫଳରେ ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଛିା ଏହି ବ୍ୟକ୍ତି ଜଣଙ୍କ ଡାଇବେଟିସ୍‌, ହାଇପରଟେନଶନ୍‌, କ୍ରୋନିକ୍‌ କିଡ୍‌ନୀ‌ ରୋଗରେ ମଧ୍ୟ ଆକ୍ରାନ୍ତଥିଲେ । ଅପରପକ୍ଷରେ ରବିବାର ଜିଲାରେ ଆଉ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରେ ଚିକିଟି ବ୍ଲକର ୨ ଜଣ ଓ ଶେରଗଡ଼ ବ୍ଲକର ଜଣେ କରୋନା ଯୋଦ୍ଧା ରହିଛନ୍ତି । ଏଥିସହ ସାନଖେମୁଣ୍ଡି ବ୍ଲକର ଜଣେ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନେ କରୋନା ପଜିଟିଭ୍‌ ମାନଙ୍କ ସଂସ୍ପର୍ଶରେ ଆସି ପଜିଟିଭ୍‌ ହୋଇଛନ୍ତି । ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?