ଗଞ୍ଜାମରେ ଗଡିବନି ରଥ: ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର କୌଣସିଠାରେ ମଙ୍ଗଳବାର ରଥଯାତ୍ରା ନ କରାଇବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଭିଡିଓ କନଫରେନ୍ସ ଜରିଆରେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରମାନଙ୍କୁ ଜଣାଇଛନ୍ତି। ଏହା ଯେପରି କଡାକଡି ଭାବେ ପାଳନ ହେବ ସେଥିନିମନ୍ତେ ନଜର ରଖିବାକୁ ପରାମର୍ଶ ଦେଇଛନ୍ତି। ଏଥିସହ ଜନସାଧାଣର ପୁରୀରେ ହେଉଥିବା ରଥଯାତ୍ରାର ସିଧା ପ୍ରସାରଣ ବିନା ବାଧାରେ ଦେଖିବା ନିମନ୍ତେ ବିଦ୍ୟୁତ୍‌ ସରବରାହ ବନ୍ଦ ନ କରିବା ପାଇଁ ବିଦ୍ୟୁତ୍‌ ବିଭାଗକୁ ଜଣାଇ ଦିଆଯାଇଛି ।
ଅନ୍ୟପକ୍ଷରେ କରୋନା ସଂକ୍ରମଣ ରୋକିବା ନିମନ୍ତେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରାପ୍ତ ନିର୍ଦ୍ଦେଶ ଜିଲାର ସମସ୍ତ ଅଞ୍ଚଳରେ ଲାଗୁ କରିବାକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଘର ଘର ବୁଲି ସ୍ବାସ୍ଥ୍ୟ ସମ୍ପର୍କିତ ତଥ୍ୟ ସଂଗ୍ରହ ବେଳେ କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କର ପରୀକ୍ଷା କରିବା ଏବଂ ସେମାନଙ୍କର ପଜିଟିଭ ଚିହ୍ନଟ ହେଲେ କୋଭିଡ କେୟାର ସେଣ୍ଟରରେ ରଖିବା ବ୍ୟବସ୍ଥାକୁ ଗୁରୁତ୍ୱ ଦେବାକୁ ଜିଲାପାଳ କହିଥିଲେ। ପ୍ରତି ଗ୍ରାମପଞ୍ଚାୟତରେ କୋଭିଡ କେୟାର ହୋମ ଗଠନ କରିବା ପାଇଁ ଜଣାଇଥିଲେ। ଯାହାଫଳରେ ଆସନ୍ତା ଦିନ ମାନଙ୍କରେ କୌଣସି ଅସୁବିଧା ଦେଖାଯିବ ନାହିଁ । ପଞ୍ଚାୟତସ୍ତରରେ ରହିଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଗୁଡିକର ସମୀକ୍ଷା କରିବାକୁ କହିଥିଲେ । ସରପଞ୍ଚମାନଙ୍କ ସହିତ ଯୋଗାଯୋଗ କରି ନୂତନ କ୍ଲଷ୍ଟର ଲେବଲ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଗଠନ କରିବାପାଇଁ ନିର୍ଦ୍ଦେଶ ଦେଇଥିଲେ। ପ୍ରବାସୀ ନିର୍ମାଣ ଶ୍ରମିକ ମାନଙ୍କର ସ୍କିଲ ମ୍ୟାପିଂ କରିବାକୁ ହେବ। ଘରକୁ ଘର ବୁଲି ଶତ ପ୍ରତିଶତ ଜବକାର୍ଡ ଦିଆଯାଇ କର୍ମନିଯୁକ୍ତି ଦେବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। କୌଣସି ସ୍ଥାନରେ ଜନଗହଳି ହେଲେ ଆବଶ୍ୟକସ୍ଥଳେ ୧୪୪ ଧାରା ଜାରି କରିବାକୁ ହେବ। ମହାତ୍ମାଗାନ୍ଧୀ କର୍ମ ନିଯୁକ୍ତି ଯୋଜନା, ଆମ ସ୍ବାସ୍ଥ୍ୟ ଆମ ଦାୟିତ୍ୱ ପ୍ରଶିକ୍ଷଣ, କୋଭିଡ ସଚେତନତା, ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ, ବିହନ ଓ ସାରର ସୁଷମ ବଣ୍ଟନ ଆଦି ବିଷୟ ଉପରେ ଜିଲାପାଳ ଆଲୋଚନା କରିଥିଲେ । ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବ, ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ସୁଦାମ ଚରଣ ମଣ୍ଡଳ, ଅମୀୟ କୁମାର ସାହୁ ଓ ଅନ୍ୟାନ୍ୟ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri