ଗଞ୍ଜାମରେ ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟ ଯାଞ୍ଚ: ସାରୁ ଗ୍ରାମରୁ ଆରମ୍ଭ, ଉପସ୍ଥିତ ରହିଲେ ଜିଲାପାଳ

ହିଞ୍ଜିଳିକାଟୁ, ୯ା୪(ଡି.ଏନ୍‌.ଏ) : ରାଜ୍ୟରେ କରୋନା ଭୁତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ମୁକାବିଲାକୁ ନେଇ ଲୋକଙ୍କ ସ୍ବାସ୍ଥ୍ୟ ନିରୀକ୍ଷଣ ପ୍ରଣାଳୀକୁ ଘରକୁ ଘର ବୁଲି ସର୍ଭେ ପାଇଁ ରାଜ୍ୟରେ ପ୍ରଥମ ଜିଲା ଭାବେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ଗୁରୁବାର ସକାଳ ୭ରେ ଏହି କାର୍ଯ୍ୟକ୍ରମକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ହଞ୍ଜିିଳିକାଟୁ ବ୍ଳକ ସାରୁ ଗ୍ରାମରୁ ଆରମ୍ଭ କରିଛନ୍ତି। ସକାଳେ ଜିଲାପାଳ କୁଲାଙ୍ଗେ, ସାରୁ ଗ୍ରାମର ରବୀନ୍ଦ୍ର ନାୟକ ଓ ଯୋଗେନ୍ଦ୍ର ନାୟକଙ୍କ ଘରୁ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ପରିବାର ସଦସ୍ୟଙ୍କ ଜ୍ୱର,ଥଣ୍ଡା, କଫ ଏବଂ ଶ୍ୱାସଗତ ସମସ୍ୟା, ନିକଟ ଅତୀତରେ ଟ୍ରାଭେଲ ତଥ୍ୟ, ଘରର କେହି ରାଜ୍ୟ ଓ ଦେଶ ବାହାରେ ରହୁଛନ୍ତି କି, କରୋନା ସମ୍ପର୍କିତ ଗ୍ରହଣ କରିଥିବା ସୁରକ୍ଷା ନିୟମ ପାଳନ ଇତ୍ୟାଦି ସମ୍ପର୍କରେ ସେ ପଚାରି ବୁଝିଥିଲେ। ଅଙ୍ଗନୱାଡ଼ି କର୍ମୀ , ଆଶା କର୍ମୀ , ସ୍ବାସ୍ଥ୍ୟ ସୁପରଭାଇଜର୍‌ , ବିଦ୍ୟାଳୟର ଶିକ୍ଷକଙ୍କୁ ନେଇ ଗଠିତ ୱାର୍ଡ ସ୍କ୍ରିନିଂ ଟିମ୍‌ ଏହି ଅବସରରେ ଉପସ୍ଥିତ ଥିଲେ। ଜିଲାର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ପ୍ରତି ୱାର୍ଡ଼ରେ ଗଠିତ ଏହି ଟିମ୍‌ ସଠିକ ଭାବେ ପ୍ରତ୍ୟେକ ଘର ବୁଲି ସର୍ଭେ କରିବେ ବୋଲି ଜିଲାପାଳ କୁଲାଙ୍ଗେ ପ୍ରକାଶ କରିଥିଲେ।

ପ୍ରତିଘର ପାଇଁ ଏକ ଫର୍ମରେ ପରିବାରର ତଥ୍ୟ ରହିବ । ୩ଦିନ ମଧ୍ୟରେ ଏହି ସର୍ଭେ କାମ ସରିବ। କରୋନା ଭୂତାଣୁ ଜନିତ ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଉଥିବା ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା କରାଯିବ। ଫଳରେ କରୋନା ଭୂତାଣୁ ବିସ୍ତାରକୁ ରୋକାଯାଇ ପାରିବ ବୋଲି ଜିଲାପାଳ କୁଲାଙ୍ଗେ ପ୍ରକାଶ କରିଥିଲେ। ପରେ ଜିଲାପାଳ ଗ୍ରାମରେ କରୋନା ପାଇଁ ନିର୍ମିତ ଆଇସୋଲେସନ୍‌ କେନ୍ଦ୍ର ବୁଲି ଦେଖିଥିଲେ। ଜିଲାପାଳଙ୍କ ଗ୍ରସ୍ତ ସମୟରେ ତହସିଲଦାର ଗୋପୀନାଥ କୁଅଁର, ବିଡିଓ ପ୍ରସନ୍ନ କୁମାର ପାତ୍ର, ସିଡିପିଓ ଶୁଭଶ୍ରୀ ପାତ୍ର, ବିଇଓ ବସନ୍ତ କୁମାର ପଣ୍ଡା ପ୍ରମୁଖଙ୍କ ସହ ଅନ୍ୟ ସରକାରୀ କର୍ମଚାରୀ ଓ ଜନ ପ୍ରତିନିଧି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri