ଗଞ୍ଜାମରେ ନୂଆ ୧୨ ସ୍ପେସାଲିଷ୍ଟ ଡାକ୍ତର ନିଯୁକ୍ତି

ଛତ୍ରପୁର,୧୯ା୧୦(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ହସ୍ପିଟାଲରେ ୧୨ ନୂଆ ସ୍ପେସାଲିଷ୍ଟ ଡାକ୍ତର ନିଯୁକ୍ତି ମିଳିଛି। ଏହି ଡାକ୍ତରମାନେ ବିଭିନ୍ନ ମେଡିକାଲ କଲେଜରୁ ନିକଟରେ ପିଜି ପାଶ୍‌ କରିବା ପରେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୧୭ତାରିଖରେ ଆସିଥିବା ଚିଠି (ନଂ.୨୫୯୩୨)ରୁ ଏହା ଜଣାପଡିଛି ା ୧୧୬ ନୂତନ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ସେଥିରୁ ୧୨ ଜଣ ଗଞ୍ଜାମ ଜିଲା ପାଇଁ ରହିଛନ୍ତି। ଭଞ୍ଜନଗର ହସ୍ପିଟାଲ ନିମନ୍ତେ ଚକ୍ଷୁ ବିଶେଷଜ୍ଞ ଚନ୍ଦନ କୁମାର ମେକାପ, ଇଏନ୍‌ଟି ବିଶେଷଜ୍ଞ ସତ୍ୟ ରଞ୍ଜନ ମହାପାତ୍ର ଓ ଡା. ରଶ୍ମିତା ବେହେରାଙ୍କୁ ନିଯୁକ୍ତି ମିଳିଛି। ସେହିପରି ଛତ୍ରପୁର ହସ୍ପିଟାଲକୁ ଭେଷଜ ବିଶେଷଜ୍ଞ ସୁଶାନ୍ତ କୁମାର ନାହକ, ହିଞ୍ଜିଳି ହସ୍ପିଟାଲକୁ ଭେଷଜ ବିଶେଷଜ୍ଞ ସୌମ୍ୟ ରଞ୍ଜନ ମହାନ୍ତି, ବାଲିସିରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସର୍ଜରୀ ବିଶେଷଜ୍ଞ ସତିଶ କୁମାର ପାତ୍ର, ଖଲ୍ଲିିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସର୍ଜରୀ ବିଶେଷଜ୍ଞ ଇତିଶ୍ରୀ ଦାସ ଓ ଶିଶୁ ବିଶେଷଜ୍ଞ ମିନାକ୍ଷୀ କୁମାରୀ ସାହୁଙ୍କୁ ନିଯୁକ୍ତି ମିଳିଛି। ବୁଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସର୍ଜରୀ ବିଶେଷଜ୍ଞ ପଞ୍ଚାନନ ପାଣିଗ୍ରାହୀ, କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଶିଶୁ ବିଶେଷଜ୍ଞ ସୁଜିତ କୁମାର ବେହେରା, ବ୍ରହ୍ମପୁର ସିଟି ହସ୍ପିଟାଲକୁ ଡା. ବାପୁ ନାୟକ, ବେଲଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଭେଷଜ ବିଶେଷଜ୍ଞ କେଦାରନାଥ ପରିଜାଙ୍କୁ ନିଯୁକ୍ତି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri