ଗଞ୍ଜାମରେ ବ୍ୟାପୁଛି କାମଳ ରୋଗ; ୨୦୧୬ରୁ ୫୪୯ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ୍‌,୨୯ା୭-ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ମହାମାରୀ ରୂପ ନେଇ ନ ଥିଲେ ମଧ୍ୟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାଜନକ ହୋଇଛି। ସରକାରୀ ତଥ୍ୟ ଅନୁଯାୟୀ, ୨୦୧୬ରେ ଜିଲାରେ ୧୧୩ ହେପାଟାଇଟିସ୍‌-ବି ରୋଗୀ ଚିହ୍ନଟ ହୋଇଥିବା ବେଳେ ୨୦୧୭ରେ ୧୭୨, ୨୦୧୮ରେ ୧୯୩ ଏବଂ ୨୦୧୯ ଜୁଲାଇ ଶେଷ ସୁଦ୍ଧା ୭୧ ରୋଗୀ ଚିହ୍ନଟ ହୋଇଛନ୍ତି ।
କାମଳ ରୋଗ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ରବିବାର ବିଶ୍ୱ କାମଳ ରୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ବାହାରି ଆଇଇସି ହଲ୍‌ରେ ପହଞ୍ଚିଥିଲା ।
ସେଠାରେ ଏକ ସଭା ଆୟୋଜିତ ହୋଇଥିଲା । ଜିଲା ମୁଖ୍ୟ ଚିକିତ୍ସାଧିକାରୀ ତଥା ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ ଏଥିରେ ଅଧ୍ୟକ୍ଷତା କରିଥିଲେ । ସେ କହିଥିଲେ, କାମଳ ଏକ ଭୂତାଣୁ ଜନିତ ରୋଗ ।
ପ୍ରାରମ୍ଭିକ ପର୍ଯ୍ୟାୟରୁ ହିଁ ଏହାକୁ ଚିହ୍ନଟ କରିବା ସହ ଉପଯୁକ୍ତ ଚିକିତ୍ସା କରିପାରିଲେ, ରୋଗରୁ ମୁକ୍ତି ମିଳିବ। କାମଳ ରୋଗ ପାଞ୍ଚ ପ୍ରକାରର। ସେଥିରୁ ହେପାଟାଇଟିସ୍‌-ଏ ଏବଂ ଇ ସାମୟିକ ଏବଂ ତ୍ୱରିତ ଚିକିତ୍ସାର ଆବଶ୍ୟକତା ରହିଥାଏ। ହେଲେ ହେପାଟାଇଟିସ୍‌-ବି, ସି ଏବଂ ଡି ହେଉଛି ମରାତ୍ମକ। ରୋଗୀଙ୍କ ଜୀବନ ମଧ୍ୟ ଚାଲିଯିବାର ସମ୍ଭବନା ରହିଥାଏ। ଗଞ୍ଜାମ ଜିଲାରେ ଏହି ରୋଗକୁ ନିୟନ୍ତ୍ରଣରେ ରଖିବା ପାଇଁ ବ୍ୟାପକ ଚିହ୍ନଟ କାର୍ଯ୍ୟକ୍ରମ କରାଯିବ। ଗର୍ଭାବସ୍ଥାରେ ଯେମିତି ଏଚ୍‌ଆଇଭି ପରୀକ୍ଷା କରାଯାଉଛି, ଏଣିକି ହେପାଟାଇଟିସ୍‌ ମଧ୍ୟ ପରୀକ୍ଷା କରାଯିବ ବୋଲି ସେ ପ୍ରକାଶ କରିଥିଲେ । ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ଭୂତାଣୁ ବାହିତ) ଡା. ଆର୍‌. ଜଗଦୀଶ ପଟ୍ଟନାୟକ କହିଥିଲେ, ଟି.ବି ପରେ ଦ୍ୱିତୀୟ ମାରାମତ୍କ ରୋଗ ହେଉଛି କାମଳ । କିନ୍ତୁ ଏହାକୁ ସାଧାରଣରେ ଅତି ହାଲ୍‌କା ଭାବେ ନିଆଯାଇଥାଏ । କାମଳ ରୋଗ ଦ୍ୱାରା ମନୁଷ୍ୟର ଯକୃତ ପ୍ରଭାବିତ ହୋଇଥାଏ ।
ସଂକ୍ରମିତ ଖାଦ୍ୟ, ଦୁଷିତ ପାନୀୟ ଜଳ ଏବଂ ଦୁଷିତ ହାତ ଦ୍ୱାରା ଏହା ବ୍ୟାପିଥାଏ ।
ଅନେକ କିନ୍ତୁ ରୋଗର ଲକ୍ଷଣ ସମ୍ପର୍କରେ ଜାଣିପାରନ୍ତି ନାହିଁ। ଅବହେଳା ଦ୍ୱାରା ମୃତ୍ୟୁ ମୁଖରେ ପଡ଼ନ୍ତି । ଆଖି, ନଖ, ଚର୍ମ ଓ ପରିସ୍ରା ହଳଦିଆ ଦେଖାଦେବା, ଭୋକ ନ ଲାଗିବା, ପେଟର ଡାହାଣ ପାର୍ଶ୍ୱର ଉପରିଭାଗ ଫୁଲିବା ଓ ଦରଜ ହେବା ଏବଂ ଥକ୍କା ଅନୁଭବ ପ୍ରମୁଖ କାମଳ ରୋଗର ଲକ୍ଷଣ । ତୁରନ୍ତ ରକ୍ତ ପରୀକ୍ଷା କରାଇବା ଆବଶ୍ୟକ । ଗଞ୍ଜାମ ଜିଲାରେ ଏହି ରକ୍ତ ପରୀକ୍ଷା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ମେଡ଼ିକାଲ୍‌ କଲେଜରେ ମାଗଣାରେ ହୋଇପାରୁଛି। ସ୍ବଚ୍ଛତା ଅବଲମ୍ବନ କରିବା, ସ୍ବଚ୍ଛ ଖାଦ୍ୟ ଗ୍ରହଣ ସହ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ଦ୍ୱାରା କାମଳ ରୋଗକୁ ଦୂରେଇ ରଖାଯାଇପାରିବ ବୋଲି ସେ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ଜନସ୍ବାସ୍ଥ୍ୟ) ଡା. ହିମାଂଶୁବାଳା ପଟ୍ଟନାୟକ, ଏବଂ ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ରୋଗ ନିୟନ୍ତ୍ରଣ) ଡା. ଅବନୀ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?