ଗଞ୍ଜାମରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ନିର୍ମାଣ: ହିଞ୍ଜିଳିକାଟୁ କୋଭିଡ ହସ୍ପିଟାଲ ପରିଦର୍ଶନ କରି ସମୀକ୍ଷା କଲେ ୫-ଟି ସଚିବ

ହିଞ୍ଜିିଳିକାଟୁ, ୧୫ା୫(ଡ଼ି.ଏନ୍‌.ଏ) : ରାଜ୍ୟ ୫-ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ଶୁକ୍ରବାର ହିଞ୍ଜିିଳିକାଟୁର ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ବୁଲି ଦେଖିଛନ୍ତି। ହସ୍‌ପିଟାଲ ମଧ୍ୟରେ ଡାକ୍ତର ଓ ବିଭିନ୍ନ ପଞ୍ଚାୟତର ସରପଞ୍ଚଙ୍କ ସହ ଆଲୋଚନା କରିଛନ୍ତି।

ତେବେ ହିଞ୍ଜିିଳିକାଟୁରେ ଥିବା ଆରଏମ୍‌ସି ପରିସରରେ ୮୦ ଶଯ୍ୟାର ଉପଖଣ୍ଡ କାଟୋଗାରୀ-୨ ଡାକ୍ତରଖାନା ନିର୍ମାଣ ଚାଲିଛି। କରୋନା ସଂକ୍ରମଣ ହେତୁ ନିର୍ମାଣାଧୀନ ଡାକ୍ତରଖାନା କୋଠାର ଉଦ୍‌ଘାଟନ ପୂର୍ବରୁ ଏହାର ଗୋଟିଏ କୋଠାକୁ ଯୁଦ୍ଧ କାଳୀନ ଭିତିରେ କୋଭିଡ଼ ଡ଼ାକ୍ତରଖାନା କରାଯାଇଛି। ଏଥିରେ ୧୦ ଭେଣ୍ଟିିଲେଟର ସହ ଅନ୍ୟାନ୍ୟ ସୁବିଧା କରାଯାଇଛି। ଖୁବ୍‌ଶୀଘ୍ର ହିଞ୍ଜିିଳିକାଟୁର ଏହି କୋଭିଡ୍‌ ଡାକ୍ତରଖାନା କାର୍ଯ୍ୟକ୍ଷମ ହେବ।

ଏହି ଗସ୍ତ ସମୟରେ ୫-ଟି ସଚିବଙ୍କ ସହ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡାକ୍ତରଖାନାର ଚିକିତ୍ସାଧିକାରୀ ଡା. ଦୁର୍ଗା ପ୍ରସାଦ ପଣ୍ଡା, ଡାକ୍ତରଖାନାର ପ୍ରଶାସନିକ ଅଧିକାରୀ ତଥା ମ୍ୟୁନିସପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼. ମନୋରଂଜନ ସାହୁ, ତହସିଲଦାର ଗୋପୀନାଥ କୁଅଁର, ବିଡ଼ିଓ ପ୍ରସନ୍ନ କୁମାର ପାତ୍ରଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri