ଗଞ୍ଜାମରେ ଶିଶୁ ସୁରକ୍ଷା ଆୟୋଗ: ଶୈଶବ ସୁରକ୍ଷିତ ଦିଗରେ ସଚେତନତା

ଛତ୍ରପୁର,୫।୨(ଡି.ଏନ୍‌.ଏ.) : ୨୦୨୫ ସୁଦ୍ଧା ରାଜ୍ୟ ହେବ ଶିଶୁଶ୍ରମିକ ମୁକ୍ତ। ଶୈଶବ କିପରି ସୁରକ୍ଷିତ ରହିବ ସେ ଦିଗରେ ସରକାର ଲକ୍ଷ୍ୟ ରଖିଛନ୍ତି। ଛତ୍ରପୁର ସର୍କିଟ ହାଉସ ପରିସରରେ ବୁଧବାର ଏନେଇ ଆୟୋଜିତ ଏକ ଖବରଦାତା ସମିଳନୀରେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ସୁଶ୍ରୀ ସନ୍ଧ୍ୟାବତୀ ପ୍ରଧାନ ଏହି ସୂଚନା ଦେଇଛନ୍ତି। ସାରା ବିଶ୍ୱରେ ଶିଶୁଶ୍ରମିକ ଏକ ଜଟିଳ ସମସ୍ୟା ଯାହାକୁ ରୋକାଯାଇପାରୁ ନାହିଁ। ଆର୍ଥିକ ଅନଗ୍ରସର ଅଭିଭାବକ ନିଜର ସନ୍ତାନମାନଙ୍କୁ ପଢ଼ାଇବା ବଦଳରେ ବଳ ପୂର୍ବକ କାମରେ ଲଗାଉଛନ୍ତି। ସାରା ବିଶ୍ୱରେ ଶିଶୁଶ୍ରମିକ ନିର୍ଯାତିତ ହେଉଛନ୍ତି। ଏହି ବେଆଇନ କାର୍ଯ୍ୟ ବିରୋଧରେ ଜନ ସଚେତନତା ନିମନ୍ତେ ରାଜ୍ୟ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଏବଂ ରାଜ୍ୟ ଶ୍ରମ ଏବଂ କର୍ମଚାରୀ ବୀମା ବିଭାଗ ଏ ଦିଗରେ ଜନପ୍ରତିନିଧି, ସରକାରୀ ଅଧିକାରୀ ଏବଂ ବେସରକାରୀ ସଂସ୍ଥା ଓ କର୍ମକର୍ତ୍ତା ଓ ଅନ୍ୟାନ୍ୟ ଅଂଶଦାରୀମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ଜିଲା ଶ୍ରମ, ଶିଶୁ ସୁରକ୍ଷା ବିଭାଗର ଅଧିକାରୀ ଉପସ୍ଥିତ ଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri